Get Updates
Get notified of breaking news, exclusive insights, and must-see stories!

Rain in Odisha News : ଆଉ ଏକ ଲଘୁଚାପ, କେବେ କମିବ ବର୍ଷା !

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ରହିବା ସହ ବର୍ଷା ଲାଗି ରହିଛି । ଏହି ସମୟରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଛି ଏହି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା 5 ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Rain

ଆସନ୍ତା 24 ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ଏହା ପରବର୍ତ୍ତୀ 24 ଘଣ୍ଟା ଅର୍ଥାତ ଜୁଲାଇ 31 ସୁଦ୍ଧା ରାଜ୍ୟର କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଏପରି ସ୍ଥିତି ଆସନ୍ତା 2 ତାରିଖ ପର୍ଯ୍ୟନ୍ତ ଜାରି ରହିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+