ଭିଜିବ ଟ୍ୱିନ୍ ସିଟି, ଏହି 7 ଜିଲ୍ଲାରେ ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର: ସକ୍ରିୟ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଏଥି ମଧ୍ୟରେ ଆଜି ଟ୍ୱିନସିଟି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେହିପରି ଅନ୍ୟ 7 ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହୋଇପାରେ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

rain

ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ଆସନ୍ତା 3 ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ଥିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ସେହିପରି ଖୋର୍ଦ୍ଧା, କଟକ, ଗଜପତି, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଆସନ୍ତା 3 ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେଣୁ ପାଣିପାଗ ଉପରେ ନଜର ରଖି ନିରାପଦ ସ୍ଥାନରେ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଲୋକଙ୍କୁ ସତର୍କ ସୂଚନା ଦିଆଯାଇଛି ।

ଅପରପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । 29 ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ 48 ଘଣ୍ଟାରେ ଉତ୍ତର ଆଣ୍ଡାମାନସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+