Rain in Odisha: ଦିନକ ପରେ ପୁଣି ବର୍ଷିବ... ଦୁଇ ଦିନ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Rain in Odisha: ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଦିନକ ପରେ ପୁଣି ବର୍ଷିବ । ଆସନ୍ତାକାଲି କିଛି ଜିଲ୍ଲାକୁ ଛାଡିଦେଲେ ବାକି ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବ । ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ଅନୁଭୁତ ହେବ । ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଏହା ପରେ 18 ତାରିଖରୁ ବଢିବ ବର୍ଷା ପରିମାଣ । ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଯୋଗୁଁ 18 ଓ 19 ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗତକାଲି ଓଡ଼ିଶା ଉପରେ ରହିଥିବା ଲଘୁଚାପ ଓଡ଼ିଶାଠାରୁ ଦୂରରେ ରହି ବର୍ତ୍ତମାନ ମଧ୍ୟପ୍ରଦେଶ ଉପରେ ସକ୍ରିୟ ରହିଛି । ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
18 ତାରିଖରେ ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି 19 ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ 70-110 ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
ଗତ 4 ଦିନରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ହାରାହାରି 110.5 ମିମି ବର୍ଷା ରେକର୍ଡ କରାଯାଇଛି । ଏହା ସ୍ୱାଭାବିକ 33.4 ମିମି ବର୍ଷା ତୁଳନାରେ 231 ପ୍ରତିଶତ ଅଧିକ । ଏହି 4 ଦିନରେ ରାଜ୍ୟରେ 28 ଜିଲ୍ଲାରେ ସ୍ୱାଭାବିକଠାରୁ ଅତ୍ୟଧିକ ବର୍ଷା ଏବଂ ମୟୂରଭଞ୍ଜ ଓ ବାଲେଶ୍ୱରରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି ।
ସେହିପରି ସେପ୍ଟେମ୍ୱରରେ ଆଜି ସୁଦ୍ଧା 219 ମିମି ବର୍ଷା ରେକର୍ଡ କରାଯାଇଛି । ଏହା ସ୍ୱାଭାବିକ 137.3 ମିମି ତୁଳନାରେ 60 ପ୍ରତିଶତ ଅଧିକ ।












Click it and Unblock the Notifications