ସୃଷ୍ଟି ହେଲା ଲଘୁଚାପ, ଆଜି ଠୁ ଆରମ୍ଭ ବର୍ଷା...

ଭୁବନେଶ୍ୱର: ରାଜ୍ୟରେ ଆଜି ଠାରୁ ପୁଣି ଆରମ୍ଭ ହେବ ବର୍ଷା । ଉପକୂଳରୁ ଉପାନ୍ତ ସବୁ ଠି ବର୍ଷିବ । ଉତ୍ତର ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା 48 ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ପଶ୍ଚିମ ଉତ୍ତର ଓଡିଶା ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Rain

ଆସନ୍ତା 3 ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସୂଚନା ରହିଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । 1 ଓ 2 ତାରିଖରେ ରାଜ୍ୟର 10 ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+