Rain In odisha: ଆଜି ବି ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା
Rain In odisha: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଏହି ସମୟରେ ଆଜି ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ, ଉତ୍ତର ପୂର୍ବ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ବଢିବ ବର୍ଷା ପରିମାଣ । ପ୍ରବଳ ବର୍ଷା ନେଇ 5 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ବରଗଡ, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାରେ ବର୍ଷା ହୋଇପାରେ । କେତେକ ସ୍ଥାନରେ 70-100 ମିମି ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଛି ।
ସେପ୍ଟେମ୍ବର ମାସରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭଲ ବର୍ଷା ହୋଇଥିବା ବେଳେ ଝାରସୁଗୁଡା, ନୂଆପଡା, କଳାହାଣ୍ଡୀ, ରାୟଗଡା, କୋରାପୁଟ, ଢ଼େଙ୍କାନାଳ ଓ କଟକରେ ସ୍ୱାଭାବିକ ତୁଳନାରେ ଅଧିକା ବର୍ଷା ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।












Click it and Unblock the Notifications