Rain In Odisha : ସକ୍ରିୟ ରହିଛି ଲଘୁଚାପ, ମାସ ଶେଷ ଯାଏଁ ଲାଗି ରହିବ ବର୍ଷା
Rain In Odisha : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି । ଏହା ପ୍ରଭାବରେ ମାସ ଶେଷ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏ ନେଇ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଛି ।
ଆସନ୍ତା 247 ଘଣ୍ଟା ମଧ୍ୟରେ 27 ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେହିଭଳି 28 ତାରିଖରେ ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହା ପରେ 29 ତାରିଖରେ କଳାହାଣ୍ଡି, ବଲାଙ୍ଗିର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏ ନେଇ ୟେଲୋ ଆଲର୍ଟ ଦିଆଯାଇଛି । ସେହିପରି 30 ତାରିଖରେ ଝାରସୁଗୁ଼ଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗିର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି ।
ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ରାଇସେନ, ମାଣ୍ଡଲା, ଦୁର୍ଗ ଏବଂ ପଶ୍ଚିମ କେନ୍ଦ୍ରୀୟ ତତ୍-ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର- ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ- ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର 1.5 କିମି ଉଚ୍ଚତା ଯାଏଁ ବ୍ୟାପିଛି ।
ସକ୍ରିୟ ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ 28 ତାରିଖ ଯାଏଁ ଝଡପବନ ଘଣ୍ଟା ପ୍ରତି 40-50 କିମି ବେଗରେ ବୋହିବାର ସମ୍ଭାବନା ରହିଛି । ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ମ୍ପୂର୍ଣ ବାରଣ କରାଯାଇଛି ।












Click it and Unblock the Notifications