ତିନି ଦିନ ଯାଏଁ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ଝଡ଼ବର୍ଷା
Rain In Odisha: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ଗତକାଲି ଠାରୁ ବର୍ଷା ଲାଗି ରହିଛି । ପ୍ରାୟ ସବୁ ଜିଲ୍ଲାରେ ଗତକାଲି ବର୍ଷା ହୋଇଛି । ଏପରିକି ଏହି ବର୍ଷା ଆଗାମୀ 3 ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଆଗାମୀ 12 ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ମୌସୁମୀ ନିମ୍ନଚାପ ରେଖା ଆଜି ପଞ୍ଜାବର ଫିରୋଜ଼ପୁର ରୁ ବାହାରି କର୍ଣ୍ଣଲ, ମିରଟ, ଆଯମଗଡ, ପାଟନା, ମୁଙ୍ଗେର, ଦେଓଘର, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଡାଇମଣ୍ଡ-ହାରବର ରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ।
ତେବେ ଆସନ୍ତା 3 ଦିନ ଯାଏଁ ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢିବ । କେତେକ ଜିଲ୍ଲାରେ ବାଦଲ ଫଟା ବର୍ଷା ସାଙ୍ଗକୁ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ଏଥିପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା ଏବଂ ପୁରୀର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 7-11 ସେଣ୍ଟିମିଟର ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ ଏବଂ ପୁରୀରେ ବଜ୍ରପାତ ସହ ଘଡ଼ଘଡ଼ି ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଅଗଷ୍ଟ 26 ରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।












Click it and Unblock the Notifications