Get Updates
Get notified of breaking news, exclusive insights, and must-see stories!

ବର୍ଷାରେ ବେହାଲ୍ ଟ୍ୱିନ୍ ସିଟି, ଆଗାମୀ 24 ଘଣ୍ଟା ଏହି ସବୁ ସ୍ଥାନରେ ଆହୁରି ବର୍ଷା

Rain In Odisha: ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଦୁଇ ଦିନ ଧରି ଝଡ଼ ବର୍ଷା ଲାଗି ରହିଛି । ଏପରିକି ଗତ 24 ଘଣ୍ଟା ଧରି ରାଜଧାନୀ ଭୁବନେଶ୍ୱର ସମେତ କଟକ ଓ ଅନ୍ୟ ଅଞ୍ଚଳରେ ବର୍ଷା ଲାଗି ରହିଛି । କୋହଲା ପାଗ ସାଙ୍ଗକୁ ପବନ ବହୁଛି । ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି ।

Odisha weather update

ଆଜି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ 9 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧରେ ଝଡ଼ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

ଏହା ସହ ଆଗାମୀ 24 ଘଣ୍ଟା ପର୍ଯ୍ୟନ୍ତ ଏମିତି ପାଗ ରହିବା ସହ ବର୍ଷା ହେବ । ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ପଶ୍ଚିମାବାୟୁ ସ୍ରୋତରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ଯୋଗୁ ବର୍ଷା ହେବ । ବିଶେଷ କରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ପୁରୀ, କଟକ, କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ସହ ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକରେ ଝଡ଼ବର୍ଷା ହେବ । ଆଗାମୀ 24 ଘଣ୍ଟାରେ ଏହିସବୁ ଜିଲ୍ଲାରେ ବର୍ଷାର ମାତ୍ରା ବଢିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବୈଜ୍ଞାନିକ ଉମାଶଙ୍କର ଦାସ ।

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା 24 ଘଣ୍ଟା ପାଇଁ ଯାଜପୁର , କଟକ, ନୟାଗଡ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାସହ ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡା,ପୁରୀ, ଅନୁଗୁଳ, ବୌଦ୍ଧ, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ ଯାଜପୁର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି 11 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହପରି ପାଶ୍ୱବର୍ତ୍ତୀ ଜିଲ୍ଲା ଦକ୍ଷିଣ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧାରଣା ବର୍ଷା ଅନୁଭୂତ ହେବ । ବର୍ଷା ଓ କୁଆପଥର ବର୍ଷା ପ୍ରଭାବରେ ଚାଷ ମଧ୍ୟ ବିଶେଷ ଭବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ତେଣୁ ଏହାକୁ ନେଇ ମଧ୍ୟ ଚାଷୀମାନଙ୍କୁ ଚେତାବନୀ ଦିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+