Rain In Odisha: ଆଜି ବି ବର୍ଷିବ, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

Rain In Odisha: ଗତ ଦୁଇ ଦିନ ଧରି ରାଜ୍ୟରେ ଲାଗି ରହିଛି ବର୍ଷା । ଏହା ସହ ଆଜି ବି ପ୍ରବଳ ବର୍ଷିବ । ଏ ନେଇ କେତେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରଳ ବର୍ଷା ହେବାର ସମ୍ଭାବନା ରହିଛି ।

rain

ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ ଜିଲ୍ଲାରେ 12 ରୁ 20 ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେଣୁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ନେଇ 9 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି ।ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ 7 ରୁ 11 ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଏହା ପରେ ଆଗାମୀ 2 ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର । 24 ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ 18 ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଲଘୁଚାପର ପ୍ରଭାବ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପଡିବ । ଫଳରେ ନଦୀ ଗୁଡିକ ପୁଣି ଫୁଲିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ । ଅଧିକାଂଶ ସ୍ଥାନରେସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି 23,24 ଓ 25 ତାରିଖରେ ବର୍ଷା ପରିମାଣ କମିଲେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+