ସକ୍ରିୟ ହେଲା ଲଘୁଚାପ; 4 ଦିନ ଯାଏଁ ପ୍ରବଳ ବର୍ଷିବ, ଏହି 25 ଜିଲ୍ଲାକୁ ୱାର୍ଣ୍ଣିଂ

Rain In Odisha: ବଢିବ ବର୍ଷା ପରିମାଣ । ଆଗାମୀ 4 ଦିନ ଯାଏଁ ପ୍ରବଳ ବର୍ଷିବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

rain

ସୃଷ୍ଟ ଲଘୁଚାପ ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଛି । ସମୁଦ୍ର ପତ୍ତନଠାରୁ 7.6 କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହୋଇ ଆସନ୍ତା 3 ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି । ଫଳରେ ଆସନ୍ତା 4 ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପ୍ରବଳ ବର୍ଷାର ସମ୍ଭାବନା ଭିତରେ ରାଜ୍ୟର 25 ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିରୁ 5 ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି 8 ଜିଲ୍ଲାକୁ ଅରେଞ୍ଜ ଏବଂ 12 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (20 ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (7-20 ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ଗଜପତି, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (7-12 ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ବୁଧବାର) ମଧ୍ୟାହ୍ନରୁ ଆକାଶ ମେଘୁଆ ରହିଛି । ତେବେ, ଟ୍ୱିନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+