Odisha Rain: ଆଜିଠୁ ପ୍ରବଳ ବର୍ଷା, ବଜ୍ରପାତ ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଓଡ଼ିଶାକୁ ପ୍ରବଳ ବର୍ଷା ଚେତାବନୀ । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢ଼ିବ । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି 30-40 କିମି ବେଗରେ ପବନ ବହିବ । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି । ବାୟୁ ମଣ୍ଡଳରେ ଥିବା ଜଳୀୟବାଷ୍ପର ପରିମାଣକୁ ନେଇ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି ।

Rain Increase From 6th July:

ଆସନ୍ତାକାଲିଠୁ ବର୍ଷା ବଢ଼ିବ । ସାରା ରାଜ୍ୟରେ ବର୍ଷା ହେବ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ 2 ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି 2ଟି ଜିଲ୍ଲା ବ୍ୟତୀତ ଅନ୍ୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବର୍ଷା ବଜ୍ରପାତ ସହ ଝଡି ପବନ 30-40 କିମି ବେଗରେ ବହିବ ।

rain in odisha IMD ODISHA WEATHER UPDATE

Heavy Rain Warning 7th July:

7 ତାରିଖରୁ ବର୍ଷା ଆହୁରି ବଢ଼ିବ । ପ୍ରବଳ ବର୍ଷା ସାଙ୍ଗକୁ ଝଟକା ପବନ ଓ ବଜ୍ରପାତ ପାଇଁ 6 ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବାର ସମ୍ଭାବନା ରହିଛି ।

8th July Rain Warning:

8 ତାରିଖରେ ବର୍ଷାର ଗତି ବଦଳିବ । ପ୍ରବଳ ବର୍ସା ସହ ବଜ୍ରପାତ ପାଇଁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି ।

Rain Warning For 9th July:

9 ତାରିଖ ବେଳକୁ ବର୍ଷାର ପରିମାଣ ସାମାନ୍ୟ କମିବ । ମଧ୍ୟମ ଧରଣର ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏ ସମସ୍ତ ଜିଲ୍ଲାରେ ଝଟକା ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+