ଆଜି ଠୁ ବଦଳିବ ପାଗ, ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଜି ଠୁ ରାଜ୍ୟରେ ବଦଳିବ ପାଗ । ଆକାଶ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ । ଆଜି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ପଶ୍ଚିମାଝଡ଼ ଓ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ବର୍ଷା ସହ ବଜ୍ରପାତ ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପଶ୍ଚିମାଝଡ଼ ପ୍ରଭାବ ଦେଖାଦେବ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ ଅନୁସାରେ, ଆଜି 17 ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଏହା ପରେ ଆସନ୍ତା କାଲି ଅର୍ଥାତ୍ ମଙ୍ଗଳବାର ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକରେ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ହେବାର ସମ୍ଭାବନା ଅଧିକ । ଏହାସହ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କଟକ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଆସନ୍ତାକାଲି ବର୍ଷା ହୋଇପାରେ । ତେବେ ଦୁଇ ଦିନ ରାଜ୍ୟରେ ତାପମାତ୍ରାରେ ହ୍ରାସ ହେବ ନାହିଁ । ଆଜି ରାଜଧାନୀ ଭୁବନେଶ୍ୱର ଓ ପାଖଆଖ ଅଞ୍ଚଳର ପାଗ ମୁଖ୍ୟତଃ ଶୁଖିଲା ରହିବ ।












Click it and Unblock the Notifications