Odisha Weather: ଆଜିଠୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Odisha weather

ଆଜି ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲାରେ ପାଗ ଶୁଖିଲା ରହିବ।

୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ୧୬ ତାରିଖ ସକାଳ ସାଢେ ୮ଟାରୁ ୧୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଏବଂ ୧୭ ତାରିଖ ସକାଳ ସାଢେ ୮ଟାରୁ ୧୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡା ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+