ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି
ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଏହି ବର୍ଷା ପାଗ ଆଗାମୀ ୭ ଦିନ ପର୍ଯ୍ୟାନ୍ତ ଜାରି ରହିବ ବୋଲି ଆଶଙ୍କା କରିଛି ପାଣିପାଗ କେନ୍ଦ୍ର। ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ଝଟକା ପବନ ବହିବ। ଏନେଇ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ଓଡ଼ିଶାକୁ ମୌସୁମୀ ଆସିବାକୁ ଟିକେ ସମୟ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ ବୋଲି କହିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।
୨୭ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହା ସୃଷ୍ଟି ହେବ। ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ। ହେଲେ ବାତ୍ୟା ହେବା ନେଇ ଅପପ୍ରଚାର କରାଯାଉଛି। IMD ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ।












Click it and Unblock the Notifications