ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗରମ, ଗୁଳୁଗୁଳିରେ ସନ୍ତୁଳି ହେଲାଣି ଓଡ଼ିଶା, ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା । ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍ ଲାଇନ୍ ଉତ୍ତରପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଅତିକ୍ରମ କରୁଛି । ଏହାର ପ୍ରଭାବରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ପାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଏଥିସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବା। ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖ ଦିନ ପବନର ବେଗ ବୃଦ୍ଧି ପାଇବ, ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ସୁନ୍ଦରଗଡ଼ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏହି ୪ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ତାତିରେ ସନ୍ତୁଳି ହେଲେଣି ରାଜ୍ୟବାସୀ ।
-
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ -
ନାମାଙ୍କନ ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ପରି ଜିତାପଟ ହାସଲ କରିବି -
ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ନବୀନଙ୍କ ପ୍ରତିକ୍ରିୟା, ସମ୍ଭାବ୍ୟ ମେଣ୍ଟ ସମ୍ପର୍କିତ ପ୍ରଶ୍ନରେ କହିଲେ ସମୟ -
ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ, ବିଜେପିରୁ ମନମୋହନ ସାମଲ ଓ ସୁଜିତ କୁମାର -
ଆଜି ନୁହେଁ କାଲି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ -
OTET କେଳେଙ୍କାରୀ; ୮ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍ -
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର -
ଦିଲ୍ଲୀପ ରାୟଙ୍କ ବିଜୟ ନିଶ୍ଚିତ କହିଲେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ -
ମାର୍ଚ୍ଚ ୩୧ରେ ଦେଶ ନକ୍ସଲବାଦରୁ ମୁକ୍ତ ହେବ କହିଲେ ଶାହ -
ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆଜି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ -
ବଦଳିବ ପାଗ, ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା












Click it and Unblock the Notifications