ବର୍ଷା ରୁ ମିଳିବନି ତ୍ରାହି, ଆଜି ବି ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ
ଭୁବନେଶ୍ୱର: ଆଜି ବି ବର୍ଷିବ । ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭବନା ରହିଛି । ଗତ କିଛି ଦିନ ହେବ ଟ୍ୱିନ୍ ସିଟି ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ବି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଥିବା ଲଘୁଚାପ ଦୁର୍ବଳ ହୋଇଥିଲେ ସୁଦ୍ଧା ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଏହାସହ ମୌସୁମୀ ନିମ୍ନଚାପରେଖା ଏହାର ସ୍ୱାଭାବିକ ଅବସ୍ଥାନକୁ ଫେରିଛି । ଏହା ପ୍ରଭାବରେ ଆହୁରି ଦୁଇ ଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।

ଏହା ସହ ଆଜି ପ୍ରବଳ ବର୍ଷା ନେଇ 13 ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷଆ ନେଇ ସତର୍କ କରାଯାଇଛି ।
ଆସନ୍ତାକାଲି 70 ରୁ 110 ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ 4 ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । 9 ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବ । 11 ରୁ 13 ତାରିଖ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ତେବେ 9ରୁ 11 ତାରିଖ ପର୍ଯ୍ୟନ୍ତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ହେଲେ ବି ଗରମ ଗୁଳୁଗୁଳି ଜାରି ରହିବ ।ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଏହି ଜିଲ୍ଲା ଗୁଡ଼ିକ ହେଲା- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।












Click it and Unblock the Notifications