Get Updates
Get notified of breaking news, exclusive insights, and must-see stories!

Odisha Rain Update: ଲାଗିବନି ବ୍ରେକ୍, ପୁଣି ବଢିବ ବର୍ଷା ପରିମାଣ

Odisha Rain Update: କମିବନି ବର୍ଷା ପ୍ରଭାବ । 11 ତାରିଖରୁ ପୁଣି ଆରମ୍ଭ ହେବ ବର୍ଷା । ଏହା ପରେ 12 ତାରିଖରୁ ବଢିବ ବର୍ଷଆର ପରିମାଣ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ କେନ୍ଦ୍ର ।

ମୌସୁମୀ ନିମ୍ନଚାପରେଖା ତାର ସ୍ବାଭାବିକ ଅବସ୍ଥାକୁ ଫେରିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଛତିଶଗଡ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି ।

rain

12 ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ 12 ରୁ ବଢିବ ରାଜ୍ୟରେ ବର୍ଷାର ପରିମାଣ । ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ସେପ୍ଟେମ୍ବର ଆରମ୍ଭରୁ ବର୍ଷା ଲାଗି ରହିଥିଲା । ରାଜ୍ୟର ଅନେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସମେତ ପ୍ରବଳ ବର୍ଷଆ ହୋଇଥିଲା । ଏହା ପରେ ଶନିବାର ଏବଂ ରବିବାର ବର୍ଷାର ପରିମାଣ କମିବ । ସାମାନ୍ୟ ତାପମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅନୁଭୁତ ହେବ । ବର୍ଷା କମିଲେ ମଧ୍ୟ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ଆଜି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ବରଗଡ, ନୂଆପଡା, ବଲାଙ୍ଗିର ଏବଂ ସୋନପୁରକୁ ସତର୍କତା ଜାରି କରାଯାଇଛି ।

ଏହା ପରେ 10 ତାରିଖରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ନୟାଗଡ ସମେତ 20 ଟି ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । 11 ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବା ସହ 12 ଓ 13 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି ।

ବି‌ଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ । ମଝିରେ ମଝିରେ ବର୍ଷା ହୋଇପାରେ । ଦିନର ସର୍ବୋଚ୍ଚ ତାପମାତ୍ରା 28 ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା 24 ଡିଗ୍ରି ମଧ୍ୟରେ ରହିପାରେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+