Odisha Weather: ୨୧ ଯାଏଁ କୋହଲା ପାଗ ସହ ବର୍ଷା ସମ୍ଭାବନା
Odisha Weather Update: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋହଲା ପାଗ ରହିବ । ଏହା ସହ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । କୋହଲା ପାଗ ସହ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ କୋହଲା ପାଗ ସାଙ୍ଗକୁ ଶୀତ ଅନୁଭୂତ ହେବ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସେହିପରି ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ହ୍ରାସ ପାଇବ । ଆସନ୍ତା ୨୪ ଘଣ୍ଟାରେ ଗଞ୍ଜାମ, ଗଜପତି, ରାୟଗଡ଼ା ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ତି ଏବଂ ସୁନ୍ଦରଗଡ଼ରେ ଘନ କୁହୁଡିର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।












Click it and Unblock the Notifications