Get Updates
Get notified of breaking news, exclusive insights, and must-see stories!

୪ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା: ଆଜି ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ

ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ ମଧ୍ୟପ୍ରଦେଶମୁହାଁ ହେବ। ପାଣିପାଗ ନିୟାମକ ପ୍ରଭାବରେ ଗତ ୨୪ ଘଣ୍ଟାରେ ୧୮ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ଆଉ ୪ଦିନ ରାଜ୍ୟକୁ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାରଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୦ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।

ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଶନିବାରଠାରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ବାଭାବିକଠାରୁ ୧୪୯% ଅଧିକ ବର୍ଷା ହୋଇଛି। ଗୋଟିଏ ସ୍ଥାନରେ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୧୦ଟି ସ୍ଥାନରେ ଅତିପ୍ରବଳ ଏବଂ ୨୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।

Rain with lightning and thunder for 4 days
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+