ଆଉ ୨ ଦିନ ଘନ କୁହୁଡି: ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି
Weather News: ରାଜ୍ୟରେ ଆଉ ଦୁଇ ଦିନ ଘନ କୁହୁ଼ଡ଼ି ଦେଖିବା ପାଇଁ ମିଳିବ । ଯେଉଁଥି ପାଇଁ ଆଜି ୧୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ କିଛି କିଛି ସ୍ଥାନରେ କହୁଡି ଦେଖିବା ପାଇଁ ମିଳିବ । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରପଡ଼ା, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ୟେଲୋ ଆଲାର୍ଟ ଜାରି କରାଯାଇଛି ।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆଜି ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ସମସ୍ତ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ । ସେହିପରି ୪ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଘନ କୁହୁଡି ମଧ୍ୟ ଜାରି ରହିବ ବୋଲି ପାଣି ପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications