ସାରା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା; ଅଜି ପାଇଁ ଏହି ସବୁ ଜିଲ୍ଲାରେ ଆଲର୍ଟ

ସାରା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗି ରହିଛି । ଆଗାମୀ ୫ ଦିନ ଅର୍ଥାତ ୯ ତାରିଖ ଯାଏଁ ବର୍ଷା ରାଜ୍ୟରେ ବର୍ଷା ଲାଗି ରହିବ । କିନ୍ତୁ ଆଗାମୀ ୨ ଦିନ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହେବାର ଆଶଙ୍କା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ବହିବ । ଯାହାକୁ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ, ଗଜପତି, ମାଲକାନଗିରି, କୋରାପୁଟ ଓ ରାୟଗଡା ଏହି ୮ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । କୁଆପଥର ବର୍ଷା ସହ ୫୦ରୁ ୬୦ କିମି ପବନ ବହିବାର ସମ୍ଭାବନାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଗଞ୍ଜାମ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡା ଓ ବଲାଙ୍ଗୀର ଏହି ୨୨ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ୩୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Rainfall due to Kalbaisakhi

ଅଜି ପାଇଁ ଆଲର୍ଟ

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ ଓ ଗଜପତି ଏହି ୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ରାୟଗଡା, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ପୁରୀ, ଖୋର୍ଦ୍ଧା ସୋନପୁର, ବୌଦ୍ଧ, ନୂଆପଡା, କଳାହାଣ୍ଡି , ନବରଙ୍ଗପୁର, ବଲାଙ୍ଗୀର ଓ ମାଲକାନଗିରି ଏହି ୨୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ୩୦ରୁ ୫୦ କିମି ବେଗରେ ପବନ ବହିବ ।

୫ ତାରିଖ ୱାର୍ଣ୍ଣିଂ:

୫ ତାରିଖରେ ବର୍ଷାର ପରିମାଣ କମିଲେ ମଧ୍ୟ ବିଜୁଳି ଘଡ଼ଘଡ଼ି ରହିବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଓ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡ଼ଘଡି ବର୍ଷା ସାଙ୍ଗକୁ ପବନର ବେଗ ୩୦ରୁ ୪୦ କିମି ରହିବ । ଏସବୁ ଜିଲ୍ଲାକୁ ମଧ୍ୟ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

୬ ତାରିଖ ୱାର୍ଣ୍ଣିଂ:

୬ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ଝଟକା ପବନ ୪୦ରୁ ୫୦ କିମି ବେଗରେ ବହିବ । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ିର ସମ୍ଭାବନାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+