ଏହି ସବୁ ଜିଲ୍ଲାରେ ଆସନ୍ତାକାଲି ଯାଏଁ ପ୍ରବଳ ଛେଚିବ!

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଏହା ପଶ୍ଚିମ ଦିଗକୁ ଧୀରେ ଧୀରେ ଗତି କରୁଛି। ଗଭୀର ଅବପାତ ଭାବେ ଏହାର ତୀବ୍ରତା ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ରହିବ। ଏହି ଅବପାତ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ । ଏହାର ପ୍ରଭାବରେ ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଦେଇଛନ୍ତି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ ଜିଲାରେ ସର୍ବାଧିକ ବର୍ଷା ନେଇ ଆଶଙ୍କା କରାଯାଉଛି, ସୋମବାର ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ୧୭ ତାରିଖ ପରଠୁ ରାଜ୍ୟରେ ବର୍ଷାର ପରିଣାମ କମିବ।

rain in odisha
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ (୭ରୁ ୨୦ ସିଏମ୍‌) ବର୍ଷା ହେବାର ସମ୍ଭାବନା ଥିବା ବେଳେ ସ୍ଥାନେ ସ୍ଥାନେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ରବିବାର ରାଜ୍ୟର ପ୍ରାୟ ସବୁ ଜିଲାରେ ବର୍ଷା ହୋଇଛି ମୟୁରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ୩ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି।

ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଅନୁଗୁଳ, ଢ଼େଙ୍କାନାଳ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲାଗୁଡ଼ିକ ମଧ୍ୟରେ ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଆଦି ଜିଲା ରହିଛି। ଅନ୍ୟପଟେ ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ନୂଆପଡ଼ା, ବଲାଙ୍ଗୀର,କୋରାପୁଟ ଓ ମାଲକାନଗିରି ଜିଲାକୁ ବିଜୁଳି ଓ ଘଡ଼ଘଡ଼ି ଭୟ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+