ଆଜି ପବିତ୍ର ପୌଷପୂର୍ଣ୍ଣିମା: ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଯାତ୍ରା ଯେଉଁଥି ପାଇଁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେତ ନୀତି ଅନୁଷ୍ଠିତ ହେବା ସହ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜୀଉ ।

Jagannath Temple

ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି କରାଯିବା ପରେ ମହାପ୍ରଭୁଙ୍କୁ ଅଭିଷେକ କରାଯିବ । ଏହା ପରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ପାଇବା ପରେ ଶ୍ରୀଦେବୀ ପାଲିଙ୍କିରେ ମାଆ ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବାର ପରମ୍ପରା ରହିଛି ।

ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । କିରିଟ, କୁଣ୍ତଳ, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳ, ବାହାଡ଼ା ମାଳ, ସେବତୀବାଳ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରି ମହାପ୍ରଭୁ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ । ହାପ୍ରଭୁଙ୍କର ଦୁର୍ଲଭ ରାଜରାଜେଶ୍ବର ବେଶ ଦେଖିବା ପାଇଁ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଭିଡ଼କୁ ନଜରରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+