ଆଜି ପବିତ୍ର ପୌଷ ପୂର୍ଣ୍ଣିମା, ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

ଆଜି ପୁଷମାସର ପବିତ୍ର ପୌଷ ପୂର୍ଣ୍ଣିମା । ରତ୍ନ ସିଂହାସନରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ ।

ପୁରୀ: ଆଜି ପୁଷମାସର ପବିତ୍ର ପୌଷ ପୂର୍ଣ୍ଣିମା । ରତ୍ନ ସିଂହାସନରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ । ପୂର୍ବଦିନରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ଶ୍ରୀଜିଉ ରତ୍ନସିଂହାସନ ଉପରେ ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରି ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

jagannath temple

ପରେ ପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ । ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ । ପରେ ରତ୍ନସିଂହାସନରେ ମହାପ୍ରଭୁ ମାନଙ୍କ ସୁନାବେଶ ଅନୁଷ୍ଠିତ ହେବ । କିରିଟ, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେବେ ।

ଶାସ୍ତ୍ର ଅନୁସାରେ, ମର୍ୟ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଏହି ଦିନ ୧୪ ବର୍ଷ ବନବାସରୁ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିବା ପରେ ରାଜ୍ୟ ଭାର ଗ୍ରହଣ କରିବା ପୂର୍ବରୁ ତାଙ୍କର ରାଜାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ପ୍ରଭୁ ଜଗନ୍ନାଥଙ୍କୁ ଶ୍ରୀରାମଙ୍କ ଅବତାର ମଧ୍ୟ କୁହାଯାଏ। ତେଣୁ ଶ୍ରୀମନ୍ଦିରରେ ରାମଙ୍କ ରୂପରେ ଶ୍ରୀଜିଉଙ୍କ ଅଭିଷେକ ନୀତି କରାଯାଇଥାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+