ଡାକ୍ତରଖାନାରେ ନାହାଁନ୍ତି ଡାକ୍ତର, ରୋଗୀ ସେବା କରୁଛନ୍ତି ବିଧାୟକ
ରାଜଗାଙ୍ଗପୁର: ଡାକ୍ତରଖାନାରେ ନାହାଁନ୍ତି ଡାକ୍ତର । ରୋଗୀ ସେବା କରୁଛନ୍ତି ବିଧାୟକ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ।

ରାଜଗାଙ୍ଗପୁର ବିଧାୟକ ଡକ୍ଟର ସିଏସ ରାଜେନ ଏକ୍କା ରୋଗୀଙ୍କ ଚିକିତ୍ସା କରୁଥିବାର ଦେଖିବାକୁ ମିଳିଛି । ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ନଥିବା କାରଣରୁ ସେ ନିଜେ ରୋଗୀ ସେବା କରିଛନ୍ତି ।
ଗତକାଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଓପିଡି ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଥିଲା । ରୋଗୀମାନେ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସି ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହା ଜାଣିବା ପରେ ଆଜି ରାଜଗାଙ୍ଗପୁର ବିଧାୟକ ଡକ୍ଟର ସିଏସ ରାଜେନ ଏକ୍କା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଓପିଡିରେ ବସି ରୋଗୀ ଚିକିତ୍ସା କରିଥିଲେ ।












Click it and Unblock the Notifications