ରାଜଗାଙ୍ଗପୁର ଟ୍ରାଜେଡି: ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାକୁ ସମବେଦନା ଜଣାଇଛନ୍ତି। ପୀଡିତାଙ୍କ ମୃତ୍ୟୁ ପରେ ଆଜି କ୍ଷତିପୂରଣ ଦାବିରେ ପରିବାର ଲୋକେ ହସ୍ପିଟାଲ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ଦାବି ପୂରଣର ପ୍ରତିଶ୍ରୁତି ପ‌ରେ ପରିବାର ଲୋକେ ଧାରଣାରୁ ଉଠିଛନ୍ତି।ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପୀଡିତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ସୂଚନା ମୂତାବକ ରାଉରକେଲା ଆଇଜିଏଚରେ ଚିକିତ୍ସାଧୀନ ଅବସ୍ଥାରେ ପୀଡିତା ଆଖି ବୁଜିଛନ୍ତି । ନିଜ ଶରୀରରେ କିରୋସିନ ଢାଳି ନିଆଁ ଲଗାଇଥିଲେ ନାବାଳିକା ଛାତ୍ରୀ । ପୁରୁଷ ବନ୍ଧୁର ଉତ୍ପୀଡ଼ନରେ ଅତିଷ୍ଠ ହୋଇ ଆତ୍ମାହୁତି ଉଦ୍ୟମ କରିଥିବା ରାଜଗାଙ୍ଗପୁର ସରବତୀ ଦେବୀ ମହିଳା ମହାବିଦ୍ୟାଳୟର ଛାତ୍ରୀଙ୍କୁ ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ରାଉରକେଲାର ଇସ୍ପାତ ଜେନେରାଲ ହସ୍ପିଟାଲରେ ଭେଟିଥିଲେ ।

CM

ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିଲା । ସେ ଜୀବନ ଓ ମୃତ୍ୟୁର ଦୋଛକିରେ ରହିଥିଲେ । ସ୍ବାସ୍ଥ୍ୟମନ୍ତ୍ରୀ ଡ.ମହାଲିଙ୍ଗ ଛାତ୍ରୀଙ୍କ ଅବସ୍ଥା ଦେଖିବା ସହ ତାଙ୍କ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ ସେ ଛାତ୍ରୀଙ୍କ ପରିବାରକୁ ମଧ୍ୟ ଭେଟି ସମବେଦନା ଜଣାଇଥିଲେ। ଛାତ୍ରୀଙ୍କ ଶରୀରର ପ୍ରାୟ ୯୨ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର କରିବା ପାଇଁ ଡାକ୍ତରୀ ଦଳ ପ୍ରୟାସ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+