ଦିନିକିଆ ଓଡ଼ିଶା ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ; ନବରଙ୍ଗପୁର, ବ୍ରହ୍ମପୁର, ବାରିପଦାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ନବରଙ୍ଗପୁର, ବ୍ରହ୍ମପୁର, ବାରିପଦାରେ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ପ୍ରଥମେ ନବରଙ୍ଗପୁରରେ ବିଜେପି କୋର୍ କମିଟି ବୈଠକରେ ସାମିଲ ହେବେ ରାଜନାଥ ।

ବ୍ରହ୍ମପୁର ଆମ୍ବପୁଆରେ ବିଜୟ ସଂକଳ୍ପ ସମାବେଶରେ ସାମିଲ ହେବେ ରାଜନାଥ । ବାରିପଦାରେ ସାଧାରଣ ସଭାରେ ଉଦବୋଧନ ଦେବେ ରାଜନାଥ ସିଂ।

ପୂର୍ବାହ୍ନ ୧୦ ଟାରେ ନୂଆଦିଲ୍ଲୀରୁ ଜଗଦଲପୁର ବିମାନ ଯୋଗେ ଆସି ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ନବରଙ୍ଗପୁର ଆସିବେ । ସେ ଏଠାରେ ୪ଟି ଲୋକସଭାର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଯୋଗଦେବେ । ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଜିଲାର ବିଜେପି କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ । ଏଥିପାଇଁ ଦଳ ପକ୍ଷରୁ ସର୍କିଟ ହାଉସ ପଡିଆରେ କାର୍ଯ୍ୟକ୍ରମ ପାଇଁ ଯୋଜନା କରାଯାଇଛି । ଏଠାରୁ ସେ କାର୍ଯ୍ୟକ୍ରମ ସାରି ବ୍ରହ୍ମପୁର ଓ ପରେ ବାରିପଦା ଯିବାର କାର୍ଯ୍ୟକ୍ରମ ରହିଛି ।

rajnath_singh

ଦିନ ୧୧ଟାରେ ନବରଙ୍ଗପୁରରେ କୋର୍ କମିଟି ବୈଠକରେ ସାମିଲ୍ ହେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ । ଏହାପରେ ଦିନ ୧୨ଟା ୩୦ ମିନିଟରେ ବ୍ରହ୍ମପୁର ଆମ୍ବପୁଆସ୍ଥିତ ବିବେକ ବିହାରରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଏହାପରେ ଯିବେ ବାରିପଦା । ବାରିପଦାରେ ଅପରାହ୍ଣ ୪ଟାରେ ସାଧାରଣ ସଭାରେ ଉଦବୋଧନ ଦେବେ । କେନ୍ଦ୍ର ସରକାରଙ୍କ ଜନ ହିତକର କାର୍ଯ୍ୟ ଓ ସଫଳତାର ବାର୍ତ୍ତା କିପରି ସାଧାରଣ ଲୋକଙ୍କ ପାଖେ ପହଞ୍ଚିବ ସେ ନେଇ ଦଳୀୟ କର୍ମୀଙ୍କୁ ଉଦବୋଧନ ଦେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+