ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଲେ ଜଗନ୍ନାଥ । ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ।

ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପିର ୯ବିଧାୟକ ଓ ଜଣେ ମନ୍ତ୍ରୀଙ୍କର ପ୍ରସ୍ତାବରେ ସ୍ୱାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଛନ୍ତି। ଉଭୟଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ତେଣୁ ଜଗନ୍ନାଥ ନାମାଙ୍କନପତ୍ର ପ୍ରତ୍ୟାହାର କରିବା ଆପାତତଃ ସ୍ପଷ୍ଟ ହୋଇ ଯାଇଛି।

Jagannath Pradhan

ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ଦଳ ପକ୍ଷରୁ ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇ ନଥିବା ବେଳେ ସେ ପ୍ରତ୍ୟାହାର କରିବେ ।

ମମତା ମହାନ୍ତ ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ଓ ଶିକ୍ଷିତ ନେତ୍ରୀ। ମମତା ୨୦୨୦ ମସିହା ଏପ୍ରିଲ ୩ ତାରିଖରେ ବିଜେଡି ତରଫରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ସାଧାରଣ ନିର୍ବାଚନ ପରେ ପରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ବେଳେ ବିଜେଡି ବିରୋଧରେ ଅସନ୍ତୋଷ ଝାଡିବା ସହ ସେ ବିଜେପିରେ ସାମିଲ୍‌ ହୋଇଥିଲେ।

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପ୍ରତ୍ୟାହାର ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପି ବିଧାୟକଙ୍କର ପ୍ରସ୍ତାବରେ ସ୍ୱାଧୀନ ଭାବେ ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଛନ୍ତି । ଉଭୟଙ୍କ ପ୍ରାର୍ଥୀପତ୍ର କାଏମ ରହିଥିବା ବେଳେ ଆଜି ନାମାଙ୍କନ ପ୍ରତ୍ୟାହାର କରାଯିବ । ଯଦି କୌଣସି ପ୍ରାର୍ଥୀ ନିଜର ନାମାଙ୍କନ ପ୍ରତ୍ୟାହାର ନକରନ୍ତି, ତାହେଲେ ଆସନ୍ତା ୩ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+