ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ
ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ। ବିଜେପି ନେତା ଜଗନ୍ନାଥ ପ୍ରଧାନ ନାମାଙ୍କନ ପ୍ରତ୍ୟାହାର କଲେ । ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପିର ୯ବିଧାୟକ ଓ ଜଣେ ମନ୍ତ୍ରୀଙ୍କର ପ୍ରସ୍ତାବରେ ସ୍ୱାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଥିଲେ । ଉଭୟଙ୍କ ପ୍ରାର୍ଥୀପତ୍ର କାଏମ ଥିଲା । ତେଣୁ ଜଗନ୍ନାଥ ନାମାଙ୍କନପତ୍ର ପ୍ରତ୍ୟାହାର କରିବା ଆପାତତଃ ସ୍ପଷ୍ଟ ହୋଇ ଥିଲେ ।
ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ । ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ଦଳ ପକ୍ଷରୁ ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇ ନଥିବା ବେଳେ ସେ ପ୍ରତ୍ୟାହାର କରିଛନ୍ତି ।
ମମତା ମହାନ୍ତ ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ଓ ଶିକ୍ଷିତ ନେତ୍ରୀ । ମମତା ୨୦୨୦ ମସିହା ଏପ୍ରିଲ ୩ ତାରିଖରେ ବିଜେଡି ତରଫରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ହେଲେ ସାଧାରଣ ନିର୍ବାଚନ ପରେ ପରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ । ଇସ୍ତଫା ଦେବା ବେଳେ ବିଜେଡି ବିରୋଧରେ ଅସନ୍ତୋଷ ଝାଡିବା ସହ ସେ ବିଜେପିରେ ସାମିଲ୍ ହୋଇଥିଲେ ।
ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପ୍ରତ୍ୟାହାର ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପି ବିଧାୟକଙ୍କର ପ୍ରସ୍ତାବରେ ସ୍ୱାଧୀନ ଭାବେ ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଥିଲେ ।












Click it and Unblock the Notifications