ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ; ଖାଲି ହେବ ଓଡ଼ିଶାର ୩ ରାଜ୍ୟସଭା ଆସନ
ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏଥିପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି ।
ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ଏହି ୩ ସାଂସଦ ହେଲେ ବିଜେପିରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ।
ଅଶ୍ୱିନୀ ବୈଷ୍ଣବ ୨୦୧୯ ଜୁନ୍ ୨୯ରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ସେହିପରି ପ୍ରଶାନ୍ତ ନନ୍ଦ ୨୦୧୬ ଏପ୍ରିଲ ୪ ତାରିଖରୁ ରାଜସଭାକୁ ନିର୍ବାଚିତ ହୋଇଥିଲେ । ଅମର ପଟ୍ଟନାୟକ ବିଜେଡି ତରଫରୁ ରାଜ୍ୟସଭାକୁ ୨୦୧୯ ଜୁନ ୨୯ ତାରିଖରେ ଯାଇଥିଲେ । ଏହି ୩ ନେତାଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ମାସ ୩ ତାରିଖରେ ଶେଷ ହେବାକୁ ଯାଉଛି ।

ସୂଚନାଯୋଗ୍ୟ, ଏହି ନିର୍ବାଚନ ପାଇଁ ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ବୋଲି କୁହାଯାଇଛି । ଫେବ୍ରୁଆରୀ ୧୬ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ୨୦ ସୁଦ୍ଧା ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରି ପାରିବେ । ଏହାପରେ ୨୭ ତାରିଖରେ ଭୋଟ ଗ୍ରହଣ ହେବ ।












Click it and Unblock the Notifications