ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା : ଭାଇ-ଭଉଣୀର ସଂପର୍କକୁ ଆହୁରି ମଜବୁତ କରେ ସ୍ନେହର ଡୋରୀ 'ରାକ୍ଷୀ'
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସଂପର୍କ ବୋଲି ମନାଯାଏ । ଏହି ରାକ୍ଷୀ ପ୍ରତ୍ୟେକ ଭାଇ-ଭଉଣୀ ପାଇଁ ସ୍ନେହ ଓ ଭଲ ପାଇବାର ସାକ୍ଷୀ ।
ଭୁବନେଶ୍ବର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସଂପର୍କ ବୋଲି ମନାଯାଏ । ଏହି ରାକ୍ଷୀ ପ୍ରତ୍ୟେକ ଭାଇ-ଭଉଣୀ ପାଇଁ ସ୍ନେହ ଓ ଭଲ ପାଇବାର ସାକ୍ଷୀ । ଭାରତୀୟ ପରମ୍ପରା ଅନୁସାରେ ଆଜିର ଦିନକୁ ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣମୀ ବୋଲି କୁହାଯାଏ ।

ଆଉ ଆଜି ଏନେଇ ଉତ୍ସବ ମୁଖର ହୋଇଉଠିଛି ଗାଁରୁ ସହର । ଘରେ ଘରେ ପିଠା ପଣାର ଆସର । ପରିବାର ଭିତରେ ବନ୍ଧୁବାନ୍ଧବଙ୍କ ଗହଣରେ ବିତେ ଏହି ଦିନଟି । ଆଉ ଭାଇର ଦୀର୍ଘାୟୁ ଏବଂ ସଫଳତା କାମନା କରି ପ୍ରତିଟି ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ । ଆଉ ଭାଇ ତାର ସର୍ବଦା ରକ୍ଷା କବଚ ହେଇ ତା ସହିତ ଜୀବନ ଯୁଦ୍ଧରେ ରହିଥାଉ ବୋଲି ଭଉଣୀ କାମନା କରିଥାଏ । ଏହି ପର୍ବଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ସହ ମଧ୍ୟ ଜଡିତ ରକ୍ଷା ବନ୍ଧନ ପର୍ବ । ଦେବୀ ସୁଭଦ୍ରା ଭାଇ ବଳଭଦ୍ର ଏବଂ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିଥାନ୍ତି । ସେହିଭଳି ପ୍ରତ୍ୟେକ ଭଉଣୀ ତା ଭାଇ ହାତରେ ବାନ୍ଧିଥାଏ ଏହି ସ୍ନେହର ଡୋରୀ । ଆଉ ଏହି ଡୋରୀ ସାଜିଥାଏ ଭଉଣୀ ପାଇଁ ରକ୍ଷା କବଚ ।
ଏହି ରାକ୍ଷୀ ବନ୍ଧନର ପରମ୍ପରା ବହୁ ପ୍ରାଚୀନ କାଳରୁ ରହିଆସିଛି । ଗହ୍ମା ପୂର୍ଣ୍ଣିମା ଦିନଟି ଭଗବାନ ବଳଭଦ୍ରଙ୍କ ଜନ୍ମତିଥି ଭାବେ ଗ୍ରହଣ କରାଯାଏ । ଏହି ଦିନରେ ଗୋମାତାଙ୍କୁ ମଧ୍ୟ ପୂଜାର୍ଚ୍ଚନା କରାଯାଏ । ଗୋମାତାଙ୍କୁ ରାକ୍ଷୀ ମଧ୍ୟ କିଛି ଲୋକ ବାନ୍ଧିଥାନ୍ତି ।












Click it and Unblock the Notifications