ସୀମା ଟପିଗଲେ ସେବାୟତ ରାମକୃଷ୍ଣ ଦାସ ମହାପାତ୍ର ! ଦାରୁ ଗଲା କେମିତି ?

ଦୀଘାଠାରେ ମହାପ୍ରଭୁଙ୍କ ବିଗ୍ରହ ପାଇଁ ବଳକା ଦାରୁ କାଠ ଦିଆଯିବାକୁ ନେଇ ବିବାଦ ଘନେଇବାରେ ଲାଗିଛି । ଏ ସଂପର୍କିତ ଖବର ପ୍ରକାଶ ପାଇବା ପରେ କୋଟି କୋଟି ଜଗନ୍ନାଥପ୍ରେମୀଙ୍କୁ ଆଘାତ ଦେଇଛି ।

ତେଣୁ ଘଟଣାର ସତ୍ୟାସତ୍ୟ ସଂର୍ପକରେ ଜାଣିବା ପାଇଁ ଏକ ଅନ୍ତରୀଣ ତଦନ୍ତ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନକୁ ପତ୍ର ଲେଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ହରିଚନ୍ଦନ କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ଓ ସଂସ୍କୃତିକୁ ନେଇ ଗତ କିଛିଦିନ ହେବ ଗଣମାଧ୍ୟମରେ ଦ୍ବନ୍ଦ୍ବାତ୍ମକ ଖବର ପ୍ରସାରିତ ହେଉଛି । ଦୀଘାଠାରେ ପ୍ରତିଷ୍ଠା ହୋଇଥିବା ମନ୍ଦିର ନାମକୁ ଜଗନ୍ନାଥଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେବା ଓ ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବାକୁ ନେଇ ଚର୍ଚ୍ଚା ହେବା ଗ୍ରହଣୀୟ ନୁହେଁ ।

Ramakrishna Das Mahapatra now in trouble How did Daru go to another

ଏହା ସାଢ଼େ ୪କୋଟି ଜନତାଙ୍କ ମନରେ କଷ୍ଟ ଦେଉଥିବା ଅନୁଭବ ହେଉଛି । ତେଣୁ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାର ବ୍ୟବସ୍ଥା କରାଯାଉ । ଯଦି କେହି ଜ୍ଞାତସାରରେ ଏହି ଘଟଣା ଘଟାଇଛନ୍ତି କିମ୍ବା ଦୋଷୀ ସାବ୍ୟସ୍ତ ହେଉଛନ୍ତି, ତା'ହେଲେ ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ଦଣ୍ଡବିଧାନ ଗ୍ରହଣ କରାଯାଉ ବୋଲି ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ନେଇ ଏବେ ଚର୍ଚ୍ଚା।

ବଙ୍ଗଳା ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଥିଲେ, ପୁରୀ ମନ୍ଦିର ଦାରୁ ବିଗ୍ରହଙ୍କ ନବକଳେବର ସମୟରେ ବଳିଯାଇଥିବା କାଠରେ ଦୀଘା ମନ୍ଦିର ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇଛି । ତେବେ ସେ ପୁରୀରେ ପହଂଚିବା ପରେ ସ୍ବର ବଦଳାଇ ଏହାକୁ ଖଣ୍ଡନ କରିଛନ୍ତି ।

ସେ କହିଥିଲେ, ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟନ ଉତ୍ସବରେ ଯୋଗଦେବାକୁ ଯାଇଥିଲି। ତେବେ କେତେକ ଗଣମାଧ୍ୟମରେ ଏନେଇ କିଛି ଭ୍ରମାତ୍ମକ ତଥ୍ୟ ଉପସ୍ଥପାନ କରାଯାଉଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେଉଛି। ଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ବିଶ୍ୱର ଠାକୁର। ଯେଉଁଠାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରାଯାଉଛି, ସେଠାକୁ ବିଭିନ୍ନ ସେବାୟତ, ଗଜପତି, ଶଙ୍କରାଚାର୍ଯ୍ୟ, ଦଇତାପତିମାନେ ଯାଉଛନ୍ତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+