Get Updates
Get notified of breaking news, exclusive insights, and must-see stories!

ସମରେ ବିରଳ ଅସ୍ତ୍ରୋପଚାର, ଜନ୍ମଗତ ତ୍ରୁଟିଥିବା ୧୨ ଦିନର ଶିଶୁ ଫେରି ପାଇଲା ନୂଆ ଜୀବନ

ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଆଣ୍ଡ ସମ ହସ୍ପିଟାଲର ଡାକ୍ତର ।

ଭୁବନେଶ୍ୱର: ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଆଣ୍ଡ ସମ ହସ୍ପିଟାଲର ଡାକ୍ତର । ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା । ଶିଶୁ ଶରୀରର ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମରେ ଏକ ବଡ଼ ଛିଦ୍ର ଥିବା ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଥିଲା ।

Sum Hospital

ଏହା ଏକ ଜନ୍ମଗତ ତ୍ରୁଟି ହୋଇଥିବା ବେଳେ ତଳିପେଟରେ ଥିବା ଅନ୍ତ୍ର ଇତ୍ୟାଦି ଛାତିକୁ ଚାଲିଯାଉଥିଲା ବୋଲି ଏହି ବିରଳ ଅସ୍ତ୍ରୋପଚାର ସମ୍ପାଦନ କରିଥିବା ହସ୍ପିଟାଲର ପେଡ଼ିଆଟ୍ରିକ ସର୍ଜରୀ ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ସୂଚନା ଦେଇଛନ୍ତି ।
ଡକ୍ଟର ପ୍ରଧାନ କହିଛନ୍ତି ଯେ ସମକୁ ଆସିବା ପୂର୍ବରୁ ଶିଶୁଟିର ୧୦ ଦିନ ଧରି ବାହାରେ ଚିକିତ୍ସା ହୋଇଥିଲେ ମଧ୍ୟ ହସ୍ପିଟାଲକୁ ଆସିବା ସମୟରେ ତାର ଅବସ୍ଥା ଖୁବ ସଙ୍କଟାପନ୍ନ ଥିଲା । ମେ ୧୦ ତାରିଖ ଦିନ ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ସେ ନିଶ୍ୱାସ ନେବାରେ ଖୁବ କଷ୍ଟ ଅନୁଭବ କରୁଥିଲା ବୋଲି ଡକ୍ଟର ପ୍ରଧାନ କହିଛନ୍ତି ।

ଶିଶୁଟିର ଅମ୍ଳଜାନ ସ୍ତର ୪୦ ପ୍ରତିଶତକୁ ଖସିଆସିଥିବାରୁ ଏଭଳି ପରିସ୍ଥିତିରେ ଶିଶୁର ଜୀବନ ବଞ୍ଚାଇବା ଏକ ଚାଲେଞ୍ଜ ସୃଷ୍ଟି କରିଥିଲା । ଶିଶୁଟିକୁ ଇଂଟ୍ୟୁବ୍ୱେଟେଡ଼ କରାଯାଇ ତାର ଅବସ୍ଥା ସ୍ଥିର କରାଯିବା ପରେ ମେ ୧୨ ତାରିଖ ଦିନ ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଥିଲେ ।
ଅପରେସନ ଦ୍ୱାରା ଶିଶୁର ଜୀବନ ବଞ୍ଚି ଯାଇଥିବା ବେଳେ ସେ ସୁସ୍ଥ ହୋଇ ଗୁରୁବାର ଦିନ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+