Get Updates
Get notified of breaking news, exclusive insights, and must-see stories!

ଆଜି ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେ ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତା ୧୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା କହିଛନ୍ତି। ସୁମନ୍ତ କହିଛନ୍ତି, ଭାଗବତ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡ଼ିଶା ଆସୁଛନ୍ତି। ସେ ୧୩ରେ ଭୁବନେଶ୍ୱରରେ ପହଞ୍ଚିବା ପରେ ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ। ୧୪ରେ କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଗୌଡୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ବୋଧନ ଦେବେ। ସେଦିନ ସାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟି ଭୁବନେଶ୍ୱର ଫେରି ଆସିବେ। ୧୫ରେ ଭାଗବତ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସେ କହିଛନ୍ତି।

mohan Bhagwat on a three-days visit to Odisha today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+