ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଯାତ୍ରା:ବଡ଼ଦାଣ୍ତରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଓ

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଯାତ୍ରା । ବଡ଼ଦାଣ୍ତରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଓ । ରତ୍ନ ବେଦୀରୁ ବଡ଼ଦାଣ୍ତକୁ ଓହ୍ଲାଇବେ ମହାପ୍ରଭୁ । ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ମଙ୍ଗଳ ଆଳତି, ମଇଲମ, ତଡପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା ଆଦି ସମାପନ ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସମାପନ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ତି ଆରମ୍ଭ ହେବ ।

ratha yatra 2023


ସୂଚନା ଅନୁସାରେ, ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍‌ଣ ୪ଟାରେ ରଥଟଣା ଆରମ୍ଭ ହେବ ।

ସେହିପରି ସାଢେ ୧୨ଟାରୁ ୧ ଟା ମଧ୍ୟରେ ମଦନମୋହନ, ଶ୍ରୀରାମ ଓ ଶ୍ରୀକୃଷ୍ଣ ରଥକୁ ବିଜେ କରିବେ । ସାଢେ ଗୋଟିଏରୁ ୨ଟା ଭିତରେ ଚିତା ଲାଗି, ସାଢେ ୧ଟାରୁ ସାଢେ ୨ଟା ଭିତରେ ବେଶ ଶେଷ ହେବା ପରେ ସାଢେ ୨ଟାରୁ ଛେରାପହଁରା ଆରମ୍ଭ ହେବ । ଦିନ ୩ଟା ସୁଦ୍ଧା ଛେରା ପହଁରା ଶେଷ ହେବ । ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+