ରଥକାଠ ଅନୁକୂଳ: ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ କାର୍ଯ୍ୟ ହେଲା ଆରମ୍ଭ

ବୈଶାଖ ଶୁକ୍ଳ ତୃତୀୟା ଅର୍ଥାତ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି । ରଥଖଳାକୁ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବିଶ୍ବନିୟନ୍ତାଙ୍କ ରଥ ନିର୍ମାଣ ଆରମ୍ଭ ହୋଇଛି । ଏହାସହ ମହାପ୍ରଭୁଙ୍କ ବଡ଼ଦିଅଁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି । ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରୁଛନ୍ତି ମହାବାହୁଙ୍କ ଚଳନ୍ତି ପ୍ରତିମା ।

ରଥ ନିର୍ମାଣ କାର୍ଯ୍ୟର‌ ଅନୁକୂଳ:

ଗତକାଲି ଭୋର ୪ଟାରେ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ସହ ମଙ୍ଗଳ ଆଳତୀ, ମଇଲମ, ଅବକାଶ ଓ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା । ପରେ ନକ୍ଷତ୍ର ଓ ଜୟବିଜୟ ଦ୍ଵାର ବନ୍ଦାପନା ସରିବା ପରେ ବିମାନକୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ବିଜେ କରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ବାହାରିଥିଲେ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ରଥଖଳା ଠାରେ ପହଞ୍ଚିବା ପରେ ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା । ଶ୍ରୀମନ୍ଦିର ଶ୍ରୋତୀୟ ବ୍ରାହ୍ମଣ ଓ ରାଜପୁରୋହିତଙ୍କ ଦ୍ବାରା ବନଯାଗ ବିଧିରେ ପୂଜାର୍ଚ୍ଚନା ସହ ବିଶ୍ଵକର୍ମା ମହାରଣାଙ୍କ ଶାଢୀ ବନ୍ଧା ନୀତି ପରେ ସୁନା କୁରାଢି ସ୍ପର୍ଶ କରାଯାଇ ରଥ ନିର୍ମାଣ କାର୍ଯ୍ୟର‌ ଅନୁକୂଳ କରାଯାଇଥିଲା । ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଓ ଏହି ଯାତ୍ରା ସୁରୁଖୁରୁରେ କିଭଳି ସମ୍ପାଦନ ହେବ ସେନେଇ ସମସ୍ତେ ପ୍ରାର୍ଥନା କରିଛନ୍ତି ।

Rath making process begin

ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, "ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ରଥ ନିର୍ମାଣ ଶୁଭାରମ୍ଭର ପରମ୍ପରା ଅନୁଯାୟୀ ଆଜି ଠାରୁ ଏହା ଆରମ୍ଭ ହୋଇଛି । ରଥ ନିର୍ମାଣର ଯାହା କିଛି ନୀତିକାନ୍ତି ରହିଛି, ସେହି ଅନୁଯାୟୀ ବ୍ରାହ୍ମଣମାନେ ପୂଜାର୍ଚ୍ଚନା କରିବା ପରେ ମହାପ୍ରଭୁଙ୍କ ଆଜ୍ଞା ମାଳ ଆସି ପହଞ୍ଚିଥିଲା । ପରେ ରଥ ନିର୍ମାଣ ନେଇ ଶୁଭାରମ୍ଭ ହୋଇଥିଲା । ଆଜି ଠାରୁ ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହେଉଛି । ସବୁ କିଛି ନୀତି ନିର୍ଘଣ୍ଟ ଅନୁଯାୟୀ ଠିକରେ ଅନୁଷ୍ଠିତ ହୋଇଛି । ଆଗାମୀ ଦିନରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଘୋଷଯାତ୍ରା ସୁରୁଖୁରରେ ଅନୁଷ୍ଠିତ ହେଉ ତାହା ନେଇ ସବୁ ସେବାୟତ ଓ ପ୍ରଶାସନ ସମସ୍ତଙ୍କ ସହଯୋଗ ଆଶା କରୁଛ ।"

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+