ରଥଯାତ୍ରା 2022: ଶ୍ରୀକ୍ଷେତ୍ରରେ ମୁତୟନ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ
ଆସୁଛି ଶ୍ରୀଜିଉଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଯାତ୍ରୀଙ୍କ ସୁରକ୍ଷା ନିମନ୍ତେ ରଥଯାତ୍ରା ପାଇଁ ପୁରୀରେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ । ଏନେଇ ସୂଚନା ଦେଇଛନ୍ତି ଏସପି
ପୁରୀ: ଆସୁଛି ଶ୍ରୀଜିଉଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଚଳଚଞ୍ଚଳ ରଥଖଳାରୁ ବଡଦାଣ୍ଡ । ଜୋରସୋର ଚାରିଛି ରଥକାମ । ସ୍ନାନଯାତ୍ରା ପରଠାରୁ ଅସୁସ୍ଥ ଶ୍ରୀଜିଉ ଆଜି ସୁସ୍ଥ ହୋଇଛନ୍ତି । ଦେବ ବୈଦ୍ୟଙ୍କ ଔଷଧ ଲାଗି ପରେ ଜ୍ବର ଭଲ ହୋଇଛି । ଏପଟେ ଯାତ୍ରୀଙ୍କ ସୁରକ୍ଷା ନିମନ୍ତେ ରଥଯାତ୍ରା ପାଇଁ ପୁରୀରେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ । ଏନେଇ ସୂଚନା ଦେଇଛନ୍ତି ଏସପି କନଓ୍ବର ବିଶାଳ ସିଂ ।

ସେ କହିଛନ୍ତି, 'ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ସମେତ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ସିସିଟିଭି କ୍ୟାମେରା ଲଗାଯିବା କାମ ଚାଲିଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି, ସେବାୟତ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ବୟ, ଭକ୍ତଙ୍କ ସୁରକ୍ଷା ଓ ସୁବିଧା, ଟ୍ରାଫିକ ନିୟନ୍ତ୍ରଣ, ଜନଗହଳି ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି।'
କେବଳ ଏତିକି ନୁହେଁ ରଥଯାତ୍ରା ସମୟରେ ଆମ୍ବୁଲାନ୍ସ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ଗ୍ରୀନ୍ କରିଡର ସୃଷ୍ଟି କରାଯିବ । ରଥଯାତ୍ରା ପୂର୍ବଦିନ ଜନଗହଳି ହେଲେ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ଏହାକୁ ନିୟନ୍ତ୍ରଣ କରାଯିବ । ରଥଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ସ୍ବତନ୍ତ୍ର ପ୍ଲାନ ହେବା ସହ ପାର୍କିଂ ସ୍ଥାନ ଗୁଡିକରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେଭଳି ଶୋଷଣର ଶିକାର ନହେବେ ଏଥିପ୍ରତି ଗୁରୁତ୍ବ ଦିଆଯିବ । ବିଶେଷ କରି ପୁରୀ ସହରବାସୀ, ବୟସ୍କ, ଗର୍ଭବତୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଯୋଜନା କରାଯାଇଥିବା ଏସପି କହିଛନ୍ତି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications