ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ଶ୍ରୀଜିଉ: ଆଜି ବାହାରିବ ଆଡ଼ପ ଅବଢା
ପୁରୀ: ଆଜି ବାହାରିବ ଆଡ଼ପ ଅବଢ଼ା । ଏହି ଆଡ଼ପ ଅବଢ଼ାକୁ ସମସ୍ତେ ଅପେକ୍ଷା କରିଛନ୍ତି । କୁହାଯାଏ ଏଇ ଆଡ଼ପ ଅବଢ଼ାରୁ କାଣିଚିଏ ପ୍ରାପ୍ତି ହେଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ । ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଅନ୍ୟପଟେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହଳଦିଆ, ହରିତାଳ ପ୍ରିୟଙ୍ଗୁ, କସ୍ତୁରୀରେ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଛି । ତେବେ ରଥ ବିଳମ୍ବରେ ପହଞ୍ଚିବାରୁ ଚଳିତ ଥର ୫ ଦିନ ଆଡ଼ପ ଅବଢ଼ା ମିଳିବ ।

ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା ଶ୍ରୀକ୍ଷେତ୍ର ।












Click it and Unblock the Notifications