Get Updates
Get notified of breaking news, exclusive insights, and must-see stories!

ସମସ୍ତଙ୍କ ସେବା ଓ ସମର୍ପଣ ମନୋଭାବ ରଥଯାତ୍ରାକୁ ସଫଳ କରିବ - ମୁଖ୍ୟମନ୍ତ୍ରୀ

Ratha yatra

ପୁରୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ପୁରୀ ଟାଉନ ହଲରେ ବୈଠକ ଅନୁଷ୍ଠିତ ହୋଇଥିଲା । ଭର୍ଚୁଆଲ ମୋଡରେ ଯୋଗ ଦେଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ସମୟରେ ଶୃଙ୍ଖଳିତ ରଥଯାତ୍ରା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ ବୋଲି ଶେଷ ସମନ୍ୱୟ ବୈଠକରେ ଭର୍ଚୁଆଲରେ ସାମିଲ ହୋଇ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଭକ୍ତମାନେ ଯେପରି ପୁରୀରୁ ଭଲ ଅନୁଭୂତି ନେଇ ଫେରିବେ, ସେ ଉପରେ ଦୃଷ୍ଟି ଦେବା ଦରକାର । ମହାପ୍ରଭୁଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି । ସମସ୍ତଙ୍କ ସେବା ଓ ସମର୍ପଣ ମନୋଭାବ ଏହାକୁ ସଫଳ କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ରଥଯାତ୍ରା ପୂର୍ବରୁ ଶେଷ ସମନ୍ୱୟ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ବିଭିନ୍ନ ବିଭାଗର ପ୍ରତିନିଧି ଯୋଗ ଦେଇଥିଲେ । ରଥଯାତ୍ରା ସୂଚାରୁ ରୂପେ ଆୟୋଜନ ପାଇଁ ସବୁ ବିଭାଗ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି । 15 ତାରିଖ ସୁଦ୍ଧା ପରିକ୍ରମା ମାର୍ଗ ଖୋଲିବ ବୋଲି ସେ କହିଛନ୍ତି ।

ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ, ଓଡିଶା ପୋଲିସ, ପୁରୀ ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ବିଭାଗର ସଚିବ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+