Get Updates
Get notified of breaking news, exclusive insights, and must-see stories!

ଭିଡ଼ ଭିତରୁ ଗଲେ, ଆଉ ନନ୍ଦିଘୋଷ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ

ପୁରୀ: ପବିତ୍ର ରଥଯାତ୍ରା ଦେଖିବାକୁ ବଡ଼ଦାଣ୍ଡ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସବ ଭକ୍ତଙ୍କ ସହ ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଭିଡ ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଦଉଡି ଟାଣିଛନ୍ତି । ପ୍ରବଳ ଗହଳି ଭିତରେ ସରକ୍ଷାକର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷିତ ଭାବେ ନେଇଥିଲେ । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଥିଲେ 5T ସଚିବ ଭିକେ ପାଣ୍ଡିଆନ । କେବଳ 5T ସଚିବ ନୁହେଁ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ବି ସାମିଲି ଥିଲେ । ଆହୁରି ବି ଅନେକ ମନ୍ତ୍ରୀ ସାମିଲ ଥିଲେ । ଭିଡ ଭିତରେ ବଡଦାଣ୍ଡରେ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନନ୍ଦିଘୋଷ ରଥ ପାଖକୁ ଯାଇ ରଥ ଟାଣିଲେ ନବୀନ ।

Ratha Yatra 2023

ସୂଚନାଥାଉ କି, ଅପରାହ୍‌ଣ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ ଭାଇ ବଳଭଦ୍ରଙ୍କ ରଥଟଣା ଆରମ୍ଭ ହୋଇଥିଲା। ଏହାପରେ ୩ଟା ୫୫ ମିନିଟରେ ଦର୍ପଦଳନକୁ ଟାଣାଯାଉଛି। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି । ଅପରାହ୍‌ଣ ୪ଟା ୫୦ରେ ନନ୍ଦିଘୋଷ ରଥକୁ ଭକ୍ତମାନେ ଶରଧାବାଲି ଅଭିମୁଖେ ଟାଣି ନେଇଛନ୍ତି । ଲକ୍ଷ ଲକ୍ଷ ଲୋକଙ୍କ ଗହଣରେ ଗଡ଼ିଚାଲିଛି ତିନି ରଥ । ଉତ୍ସାହର ରଥ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ । ମାଉସୀ ମାଆ ଘର ଅଭିମୁଖେ ରଥରେ ବସି ଯାତ୍ରା ଆରମ୍ଭ କରିଛନ୍ତି ଶ୍ରୀଜିଉ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+