ଆଜ୍ଞାମାଳ ଆସିବା ପରେ ଦକ୍ଷିଣ ମୋଡ଼ ନେଲେ ତିନି ରଥ, ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ
ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ କରାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ଟଣା ହୋଇ ନାକଚଣା ଦ୍ୱାର ଆଗରେ ଲାଗିଛି ତିନି ରଥ । ତେବେ ଦକ୍ଷିଣ ମୋଡ଼ ପର୍ବରୁ ହିଁ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି ।
ହେରା ପଞ୍ଚମୀ ନୀତ ସମ୍ପନ୍ନ ହେବା ପରେ ଆରମ୍ଭ ହୋଇଛି ବାହୁଡା ପ୍ରସ୍ତୁତି । ୨୮ ତାରିଖ ବୁଧବାର ବାହୁଡାଯାତ୍ରାରେ ଗୁଣ୍ଡିଚା ଘରୁ ଶ୍ରୀମନ୍ଦିରକୁ ରଥାରୁଢ ଠାକୁର ବାହୁଡିଯିବେ ।

ଦକ୍ଷିଣ ମୋଡ଼ ସମୟରେ ଦେବୀ ସୁଭଦ୍ରାଙ୍କ ରଥ ପ୍ରଥମେ ଟଣାଯାଇଛି । ପରେ ତାଳଧ୍ୱଜ ଓ ନନ୍ଦିଘୋଷ ଟଣାଯାଇଛି । ଶ୍ରୀମନ୍ଦିର ଅଧିକାରୀ, କର୍ମଚାରୀ ଓ ପୋଲିସ କର୍ମଚାରୀମାନେ ରଥକୁ ଦକ୍ଷିଣ ମୋଡ଼ କରାଉଛନ୍ତି । ଦକ୍ଷିଣ ମୋଡ଼ ପାଇଁ ରଥକୁ ଆବଶ୍ୟକତା ଅନୁସାରେ ଆଗ ପଛ କରାଯାଉଥିବାରୁ ବିଶେଷ କରି ଏଥିରେ ଭକ୍ତମାନଙ୍କୁ ଜଡ଼ିତ କରାଯାଏ ନାହିଁ ।
ତେବେ ଆଜି ରଥର ଦକ୍ଷିଣ ମୋଡ ପୂର୍ବରୁ ତିନି ରଥର ଯାଂଚ କରାଯାଇଛି । ନନ୍ଦିଘୋଷ ରଥରେ ୪ଟି କ୍ଲାମ୍ପ ଲଗାଯାଇଛି ବିଶ୍ୱକର୍ମା ଓ ଭୋଇ ସେବକମାନେ ଓ ରଥ ଯାଞ୍ଚ କମିଟି ସଦସ୍ୟ ମାନଙ୍କ ଦ୍ୱାରା ରଥ ଯାଞ୍ଚ କାର୍ଯ୍ୟ ସମ୍ପନ୍ନ ହୋଇଛି ।
ଅନ୍ୟପଟେ ଗତକାଲି ଶ୍ରୀକ୍ଷେତ୍ରରେ ସରିଛି ହେରା ପଞ୍ଚମୀ ନୀତି । ବିଧି ପରମ୍ପରା ଅନୁଯାୟୀ, ଆଡ଼ପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ । ତେବେ ମହାପ୍ରଭୁଙ୍କ ଦର୍ଶନ ନପାଇ ରାଗ ଜର୍ଜରିତ ହୋଇ ମା' ମହାଲକ୍ଷ୍ମୀ ଫେରିବା ବେଳେ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗିଥିଲେ।
ଏହି ଅନନ୍ୟ ନୀତି ସହ ମା' ଲକ୍ଷ୍ମୀଙ୍କ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଅପେକ୍ଷା କରି ରହିଥିଲେ । କିନ୍ତୁ ଦ୍ୱିତୀୟ ଭୋଗ ମଣ୍ଡପ ନୀତିରେ ବିଳମ୍ବ ଯୋଗୁ ହେରାପଞ୍ଚମୀ ନୀତିରେ ମଧ୍ୟ ବିଳମ୍ବ ହୋଇଥିଲା । ଏପରିକି ମା' ଲକ୍ଷ୍ମୀ ଠାକୁରାଣୀ ରାତି ୩ଟାରେ ଶ୍ରୀମନ୍ଦିରରୁ ବାହାରିଥଲେ ।
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications