ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ: ମହାପ୍ରଭୁଙ୍କ ନବଦିନାତ୍ମକ ରଥଯାତ୍ରାର ଆଜି ପଞ୍ଚମ ଦିନ। ଆଜି ହେରା ପଞ୍ଚମୀ । ଭାଇଭଉଣୀଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି ।

Rath Yatra 2023

ତେଣୁ ଜଗନ୍ନାଥ ମହାପ୍ରଭୁଙ୍କ ଉପରେ ରାଗ ଜର୍ଜରିତ ହୋଇ ମହାଲକ୍ଷ୍ମୀ ଦର୍ଶନ ଅଭିଳାଷରେ ଆଜି ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ତେବେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନପାଇ ମହାଲକ୍ଷ୍ମୀ ରାଗରେ ନନ୍ଦିଘୋଷ ରଥ ଭାଙ୍ଗିବା ସହ ହେରାଗୌରୀ ସାହିହୋଇ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ। ଏହି ବିଶେଷ ନୀତି ଦର୍ଶନ ପାଇଁ ପ୍ରବଳ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି ।

ସେଠାରେ ମହାଲକ୍ଷ୍ମୀଙ୍କୁ ମହାପ୍ରସାଦ ଲାଗି, ବନ୍ଦାପନା, ଚାମର ଆଲଟ ଆଦି ସହ ଦହି ପଟି ମଣୋହି ନୀତି ଅନୁଷ୍ଠିତ ହେବ । ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ। ଆସନ୍ତାକାଲି ତିନି ରଥକୁ ଦକ୍ଷିଣ ମୋଡ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+