ଆଜି ନୀଳ କନ୍ଦରକୁ ବିଜେ କରିବେ ଶ୍ରୀଜିଉ, ରସଗୋଲା ଖୁଆଇ ମା ଲକ୍ଷ୍ମୀଙ୍କର ମାନଭଞ୍ଜନ କରିବେ ମହାପ୍ରଭୁ
ନବଦିନାତ୍ମକ ଯାତ୍ରାର ଆଜି ଅନ୍ତିମ ଦିନ । ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହ ନୀଳାଦ୍ରି ବିଜେ କରିବେ । ରଥାରୁଢ ଥିବା ଚତୁର୍ଦ୍ଧା ମୂର୍ତ୍ତି ପୁଣି ରତ୍ନ ସିଂହାସନକୁ ଫେରିବେ ।
ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ପରେ ତ୍ରୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ । ଏହି ପରମ୍ପରା ଅନେକ ବର୍ଷ ଧରି ହୋଇଆସୁଛି । ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯିବ । ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହେବ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରିବେଳ । ତା'ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରିବେ ।
ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ । ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ବଢ଼ିଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥାଏ ।

ରସଗୋଲା ଖୁଆଇ ମା ଲକ୍ଷ୍ମୀଙ୍କର ମାନଭଞ୍ଜନ କରିବେ ମହାପ୍ରଭୁ
ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢ଼ାଇଥାନ୍ତି। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ୱାର ଖୋଲିଯାଏ ।
ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକତରେ ବିଜେ କରିବା ସମୟରେ ଉକ୍ତ ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ । ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ୱାର ଫିଟିଥାଏ ।
ଭୋର ୪ଟାରେ ତିନିରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶଶେଷ ହେବ। ସାଢ଼େ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢ଼େ ୮ଟାରେ ମଇଲମ, ସାଢ଼େ ୯ଟାରେ ଯାତ୍ରାଙ୍ଗୀ ମହାସ୍ନାନ ଓ ସର୍ବାଙ୍ଗ, ପୂର୍ବାହ୍ଣ ୧୦ଟାରେ ବେଶଶେଷ, ସାଢ଼େ ୧୦ଟାରୁ ସାଢ଼େ ୧୧ଟା ମଧ୍ୟାହ୍ନଧୂପ, ପୂର୍ବାହ୍ଣ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ, ୧୨ଟା ୧୫ରେ ସନ୍ଧ୍ୟାଆଳତି, ଅପରାହ୍ଣ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ସନ୍ଧ୍ୟାଧୂପ ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନିରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ। ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ।
ରାତି ସାଢ଼େ ୧୨ଟା ସୁଧା ରୁନ୍ଧା ସରିବା ପରେ ଅପରାହ୍ଣ ଗୋଟାଏରୁ ଦଇତାପତି ସର୍ବାଙ୍ଗ, ଶ୍ରୀମୁଖ ଖଣ୍ଡୁଆ, ଚାରମାଳ ଫିଟା ନୀତି ଅନୁଷ୍ଠିତ ହେବ। ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକାପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଦ୍ଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ। ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ଭୋର୍ ୫ଟାରେ ରାତ୍ରପହୁଡ଼ ହେବ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications