ରଥ ଯାତ୍ରା ୨୦୨୪ : ପୁଣି ଗଡିଲା ବଡ ଦାଣ୍ଡରେ ବଡ ଠାକୁରଙ୍କ ତାଳଧ୍ଵଜ ରଥ

ଆଜି ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ଭକ୍ତମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥକୁ ଟାଣୁଛନ୍ତି। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯିବ।

rath yatra

ସୂଚନାଯୋଗ୍ୟ, ଗତକାଲି ଦୁଇ ଘଣ୍ଟା ଆଗରୁ ପହଣ୍ଡି ଓ ଅନ୍ୟାନ୍ୟ ନୀତି ବି ଶେଷ ହୋଇ ସାରିଥିଲା। ଏଣୁ ଚତୁର୍ଦ୍ଧା ବିଗ୍ରହ ରଥାରୂଢ଼ ହେବା ପରେ ସଅଳ ରଥଟଣା ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ ସଅଳ ନୀତିକାନ୍ତି ହୋଇଥିଲେ ବି ରଥଟଣାରେ ବିଳମ୍ବ ହୋଇଥିଲା। ଯେଉଁଥିପାଇଁ ତିନି ରଥ ଅଳ୍ପ ବାଟ ଗଡ଼ି ଅଟକିଛନ୍ତି। ଗତକାଲି ପବିତ୍ର ଘୋଷଯାତ୍ରାରେ ଲୋକାରଣ୍ୟ ହୋଇଥିଲା ସମ୍ପୂର୍ଣ୍ଣ ବଡ଼ଦାଣ୍ଡ। ୧୦ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବଡ଼ଦାଣ୍ଡରେ ରଥାରୂଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ଓ ରଥ ଟାଣିବାର ସୌଭାଗ୍ୟ ଅର୍ଜିଥିଲେ। ପୂର୍ବାହ୍ଣ ୧୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ଣ ୨ଟା ୨୦ରେ ଶେଷ ହୋଇଥିଲା।

ଗଜପତି ମହାରାଜାଙ୍କ ଛେରା ପହଁରା ପରେ ପ୍ରଥମେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ରଥ ଟଣା ହୋଇଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥିଲା। ୪ଟା ୫୫ରେ ରଥଟଣା ଆରମ୍ଭ ହୋଇ ୬ଟା ୪୫ରେ ଶେଷ ହୋଇଥିଲା। ରାତି ହୋଇଯିବାରୁ ତିନି ରଥ ଅଳ୍ପବାଟରେ ଅଟକିଥିଲେ। ଆଜି ପୁଣି ରଥଟଣା ଆରମ୍ଭ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+