ଆରମ୍ଭ ହେଲା ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି, ଆଜ୍ଞାମାଳ ଆସିବା ପରେ ଦକ୍ଷିଣ ମୋଡ଼ ନେଲେ ତିନି ରଥ

Rath Yatra 2024: ପାଖେଆସୁଛି ବାହୁଡ଼ା ଯାତ୍ରା । ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ଼ କରାଯାଇଛି । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ଟଣା ହୋଇ ନାକଚଣା ଦ୍ୱାର ଆଗରେ ଲାଗିଛି ତିନି ରଥ । ଆଜ୍ଞାମାଳ ବିଜେ ପରେ ତିନି ରଥର ଦକ୍ଷିଣ ମୋଡ଼ କରାଯାଇଛି । ହେରା ପଞ୍ଚମୀ ନୀତ ସମ୍ପନ୍ନ ହେବା ପରେ ଆରମ୍ଭ ହୋଇଛି ବାହୁଡା ପ୍ରସ୍ତୁତି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଦକ୍ଷିଣ ମୋଡ଼ କରାଯାଇଛି । ପରେ ତାଳଧ୍ୱଜ ଏବଂ ନନ୍ଦିଘୋଷ ଟଣାଯାଇଛି ।

Rath Yatra 2024


ଅନ୍ୟପଟେ ଗତକାଲି ଶ୍ରୀକ୍ଷେତ୍ରରେ ସରିଛି ହେରା ପଞ୍ଚମୀ ନୀତି । ବିଧି ପରମ୍ପରା ଅନୁଯାୟୀ, ଆଡ଼ପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ । ତେବେ ମହାପ୍ରଭୁଙ୍କ ଦର୍ଶନ ନପାଇ ରାଗ ଜର୍ଜରିତ ହୋଇ ମା' ମହାଲକ୍ଷ୍ମୀ ଫେରିବା ବେଳେ ନନ୍ଦିଘୋଷ ରଥର କାଠ ଖଣ୍ତେ ଭାଙ୍ଗିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+