Get Updates
Get notified of breaking news, exclusive insights, and must-see stories!

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ଗଜାନନ ବେଶର ନୀତି କଣ ରହିଛି ? କାହିଁକି ହୁଏ ଗଜାନନ ବେଶ ? କିମ୍ବଦନ୍ତୀ କ'ଣ କୁହେ ?

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କଲେଣି ଚତୁର୍ଦ୍ଧାମୂର୍ତୀ । ଦଇତାପତି ସେବାୟତ ମାନେ ଠାକୁରଙ୍କୁ ଧାଡି ପହଣ୍ଡିରେ ବିଜେ କରାଇଛନ୍ତି ସ୍ନାନ ମଣ୍ଡପରେ । ସ୍ନାନ ମଣ୍ଡପରେ ବିଜେ ହେବା ପରେ ଯଥାବିଧି ପୂଜାର୍ଚ୍ଚନା ମଧ୍ୟ କରାଯାଉଛି । ନିୟମ ଅନୁସାରେ ଠାକୁରଙ୍କ ପହଣ୍ଡି ବିଜେ ପରେ ମହାସ୍ନାନ କରାଯାଇଥାଏ ।

ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ସୁନା କୂଅ । ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ, ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି ।

Devasnan Purnima

ଗଜାନନ ବେଶ ନୀତି

ପରମ୍ପରା ଅନୁଯାୟୀ ସ୍ନାନ ମଣ୍ଡପରେ ବିରାଜିତ ଶ୍ରୀଜୀଉମାନଙ୍କର ସ୍ନାନ ନୀତି ପରେ ଗୋପାଳ ତୀର୍ଥ ମଠ ଓ ରାଘବ ଦାସ ମଠରୁ ଆସିଥିବା ଗଜାନନ ବେଶ ଉପକରଣ ଯଥାକ୍ରମେ ବଳଭଦ୍ର, ଜଗନ୍ନାଥ, ସୁଭଦ୍ରା, ସୁଦର୍ଶନଙ୍କୁ ଲାଗି କରାଯାଏ । ଗଜାନନ ବେଶ ସମ୍ପର୍କରେ ଶ୍ରୀମନ୍ଦିର ସ୍ୱତ୍ୱଲିପିରେ ଉଲ୍ଲେଖ ଅଛି ଯେ, ସ୍ନାନ ମଣ୍ଡପରେ ଶ୍ରୀବିଗ୍ରହମାନଙ୍କର ଜଳ ଲାଗି ନୀତି ବଢିବା ପରେ ଲେଙ୍କା ଓ ଘଣ୍ଟ କାହାଳୀ ସହ ଗୋପାଳତୀର୍ଥ ମଠରୁ ବଡ଼ ବାଡ଼ (ବଳଭଦ୍ରଙ୍କ ବାଡ଼) ଓ ଶ୍ରୀସୁଦର୍ଶନଙ୍କର ଗଜାନନ ବେଶ ଉପକରଣମାନ ଆଣିବାକୁ ଯାଆନ୍ତି । ଏହା ପରେ ଗଜପତି ମହାରାଜା କିମ୍ବା ତାଙ୍କ ଅନୁପସ୍ଥିତରେ ମୁଦିରଥ ତିନି ବାଡ଼ରେ ରାଜ ନୀତି କରନ୍ତି । ରାଜ ନୀତି ବଢିବା ପରେ ସ୍ନାନ ମଣ୍ଡପରେ ଛେରା ପହଁରା ହୋଇଥାଏ । ତତ୍ପରେ ସୁଆରବଡୁ ସେବକ ପାଣି ପକାନ୍ତି । ପାଣି ପଡ଼ିଲା ପରେ ଜଗମୋହନରେ ଥିବା ବଡ଼ବାଡ଼ର (ବଳଭଦ୍ର) ବେଶ ଉପକରଣ ଓ ରାଘବ ଦାସ ମଠରୁ ଆସିଥିବା ଅନ୍ୟ ଦୁଇ ବାଡ଼ (ଜଗନ୍ନାଥ, ସୁଭଦ୍ରା)ର ବେଶ ଉପକରଣମାନ ସ୍ନାନ ମଣ୍ଡପରେ ରଖାଯାଏ । ଭିତରଚ୍ଛ, ଚଳିଚ୍ଛ, ପୁଷ୍ପାଳକ,ଖୁଣ୍ଟିଆ, ଦଇତାପତିମାନଙ୍କ ସହ ତିନିବାଡ଼ରେ ହାତୀ ବେଶ କରନ୍ତି । ବେଶ ବଢିବା ପରେ ତିନି ବାଡ଼ରେ କର୍ପୂର ଲାଗି ହୋଇଥାଏ ଏବଂ ପରେ ପରେ ସ୍ନାନ ବେଦୀ ଉପରେ ଶୋଧ କରାଯାଏ ଓ ଭୋଗ ପାଇଁ ପ୍ରସ୍ତୁତି ହୋଇଥାଏ । ସୂଚନାଯୋଗ୍ୟ ଯେ ଏହି ଦିନ ମାତ୍ର ଗୋଟିଏ ଭୋଗ ହୋଇଥାଏ । ଭୋଗ ଶେଷ ପରେ ସ୍ନାନ ବେଦୀ ଉପରକୁ ସର୍ବସାଧାରଣଙ୍କୁ ଦର୍ଶନ ନିମିତ୍ତ ଅନୁମତି ଦିଆଯାଏ ।

ଗଜାନନ ବେଶ କିମ୍ବଦନ୍ତୀ

କିମ୍ବଦନ୍ତୀ ଅନୁଯାୟୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜନୈକ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ । ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ୱରଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି । ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍‌କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ । ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ୱରୂପ ଏହି ବେଶ ହୋଇ ଆସୁଛି ।

ସେହି ଦିନଠାରୁ ଶ୍ରୀ ଗଣପତି ଭଟ୍ଟଙ୍କ ' ଗଣପତି ବେଶ' ସ୍ମାରକୀ ସ୍ୱରୂପ ଏହି ବେଶ ହୋଇଆସୁଛି । ମହାସ୍ନାନ ହେବା ପରେ ଠାକୁରଙ୍କ ପାଖରେ ଭୋଗ ହୋଇଥାଏ । ଏହାପରେ ଦର୍ଶନ ପାଇଁ ସର୍ବସାଧାରଣଙ୍କୁ ଅନୁମତି ଦିଆଯାଏ । ତେବେ ଆଜି ମଧ୍ୟ ଠାକୁରଙ୍କୁ ପାଖରେ ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବାର ବିଧି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+