Get Updates
Get notified of breaking news, exclusive insights, and must-see stories!

ସରିଲା ଶ୍ରୀଜୀଉଙ୍କ ଲୀଳାଖେଳା; ନୀଳକନ୍ଦରକୁ ଫେରିବେ ନୀଳମଣି

ବଡ଼ଦାଣ୍ଡରେ ସରି ଆସିଲା ଶ୍ରୀଜୀଉଙ୍କ ଲୀଳାଖେଳା । ନୀଳକନ୍ଦର ଫେରିବେ ନୀଳମଣି । ମହାପ୍ରଭୁଙ୍କର ୧୨ ଦିନର ମାନବୀୟ ଲୀଳାଖେଳାର ଆଜି ଅନ୍ତିମ ପର୍ବ ନୀଳାଦ୍ରିବିଜେ ରଥ ଉପରୁ ରତ୍ନସିଂହାସନକୁ ବିଜେ କରିବେ ମହାପ୍ରଭୁ ।

ରଥାରୁଢ଼ ଚତୁର୍ଦ୍ଧାମୂତ୍ତି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ପ୍ରବେଶ କରିବେ । ରଥ ଉପରେ ବିଭିନ୍ନ ନୀତିକାନ୍ତି ପରେ ଚାରମାଳ ବନ୍ଧାଯାଇ ଆରମ୍ଭ ହେବ ଶ୍ରୀଜିଉଙ୍କର ପହଣ୍ଡି । ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଓ ଉଭଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀ ଯାତ୍ରା କରିଥିଲେ।

mahaprabhau jagannath

ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ପରେ ତ୍ରୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ । ଏହି ପରମ୍ପରା ଅନେକ ବର୍ଷ ଧରି ହୋଇଆସୁଛି । ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯିବ ।

ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହେବ । ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରିବେଳ । ତା'ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରିବେ ।

ଶ୍ରୀଗୁଣ୍ଡିଚା ଦିନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧାଡ଼ି ପହଣ୍ଡିରେ ରଥକୁ ଅଣାଯାଉଥିବା ବେଳେ ନୀଳାଦ୍ରି ବିଜେରେ ଗୋଟି ପହଣ୍ଡି ହୋଇ ଶ୍ରୀବିଗ୍ରହମାନେ ରତ୍ନ ସିଂହାସନକୁ ଫେରିଥାନ୍ତି। ନୀଳାଦ୍ରି ବିଜେ ଅବସରରେ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ ମହାପ୍ରଭୁଙ୍କ ମାନବୀୟ ଲୀଳା ଖେଳାର ଏକ ଅନନ୍ୟ ନିଦର୍ଶନ। ପତ୍ନୀଙ୍କୁ ସାଥିରେ ନ ନେଇ ରଥଯାତ୍ରାରେ ଯାଇଥିବାରୁ ମହାପ୍ରଭୁଙ୍କ ଉପରେ ଅଭିମାନ କରିଥାନ୍ତି ମହାଲଷ୍ମୀ। ତେଣୁ କାଳିଆ ସାଆନ୍ତ ବଡ଼ ଦେଉଳ ଭିତରକୁ ପ୍ରବେଶ କଲାବେଳେ ମହାଲଷ୍ମୀ ବାଧା ଦେଇଥାନ୍ତି। ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ରାଗରେ ମାତା ଲକ୍ଷ୍ମୀ ଦ୍ୱାର ବନ୍ଦ କରିଦିଅନ୍ତି । ରାଗରେ ଜର୍ଜରିତ ମହାଲଷ୍ମୀଙ୍କ ମାନଭଞ୍ଜନ ଲାଗି ମହାପ୍ରଭୁ ସାଙ୍ଗରେ ରସଗୋଲା ଆଣିଥାନ୍ତି। ଏହି ରସଗୋଲା ଭୋଗ ହେବା ପରେ ମହାପ୍ରଭୁଙ୍କ ରତ୍ନ ସିଂହାସନ ବିଜେ ପାଇଁ ସିଂହଦ୍ଵାର ଖୋଲିଥାଆନ୍ତି ମହାଲକ୍ଷ୍ମୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+