Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ପ୍ରଭୁ ଜଗନ୍ନାଥଙ୍କ ସୁନା ବେଶ ? କାହିଁକି ହୁଏ ଏହି ସୁନାବେଶ ?

ବଡ଼ଠାକୁରଙ୍କ ସବୁ ନୀତିକାନ୍ତି ଏବଂ ପରାମ୍ପରା ପଛରେ ରହିଛି ଅନେକ ଐତିହାସିକ କାହାଣୀ । ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ପଛରେ ମଧ୍ୟ ଐତିହାସିକ ଏବଂ ତାତ୍ତ୍ଵିକ କାହାଣୀ ରହିଛି । ଶ୍ରୀକ୍ଷେତ୍ରରେ ଶ୍ରୀଜୀଉମାନଙ୍କର ବିଭିନ୍ନ ବେଶ ଅନୁଷ୍ଠିତ ହୋଇଥାଏ। ସେହି ବେଶମାନଙ୍କ ମଧ୍ୟରୁ ସୁନାବେଶ ଅତ୍ୟନ୍ତ ଦୁର୍ଲଭ ଓ ଆକର୍ଷଣୀୟ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ୫ ଥର ସୁନାବେଶ ହୋଇଥାଏ।

ମହାପ୍ରଭୁଙ୍କର ସର୍ବମୋଟ୍ ୬ଥର ସୁନାବେଶ

ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ ।

ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।

jagannath sunabesh

ରଥ ଉପରେ ହେଉଥିବା ସୁନାବେଶରେ ମହାପ୍ରଭୁ ମହଣ ମହଣ ସୁନାରେ ସଜ୍ଜିତ ହୋଇଥାନ୍ତି। ଏହି ବେଶ ଦେଖିବା ପରେ ଭକ୍ତମାନଙ୍କ ମନରେ ପ୍ରଶ୍ନ ଉଠେ, ମହାପ୍ରଭୁଙ୍କର ଏହି ବେଶ କାହିଁକି ହୁଏ, ଏତେ ସୁନା କେଉଁଠୁ ଆସିଲା, ଏଭଳି ଅନେକ ପ୍ରଶ୍ନ।

ଜାଣନ୍ତୁ ଶ୍ରୀକ୍ଷେତ୍ରରେ ସୁନାବେଶ ପଛର ଐତିହାସିକ ଦିଗ ବିଷୟରେ:

ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ସର୍ବମୋଟ୍ ୬ଥର ସୁନାବେଶ ହୋଇଥାଏ । ବର୍ଷସାରା କରାଯାଉଥିବା ସୁନାବେଶ ମଧ୍ୟରୁ ରଥ ଉପରେ କରାଯାଉଥିବା ସୁନାବେଶ ସବୁଠୁ ବଡ଼ ଏବଂ ବ୍ୟାପକ । ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନେ ମାଘ ପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦଶହରା ପ୍ରଭୃତି ଅବସରରେ ରାଜବେଶ, ରାଜା ରାଜେଶ୍ୱର ଆଦି ବେଶରେ ସଜ୍ଜିତ ହୁଅନ୍ତି । ଏହି ୫ଟି ବେଶ ସିଂହାସନ ଉପରେ ହୁଏ । କିନ୍ତୁ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ୍ ବାହୁଡ଼ା ପରଦିନ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ସିଂହଦ୍ୱାରରେ ଦଣ୍ଡାୟମାନ ଥିବା ତିନି ରଥ ଉପରେ ଆକର୍ଷଣୀୟ ସୁନାବେଶରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ବଡ଼ଠାକୁର ।

''ସୁନାବେଶ ରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଆରମ୍ଭ ହୋଇଥିଲା। କପିଳେନ୍ଦ୍ର ଦେବ କୃଷ୍ଣାନଦୀ ପର୍ଯ୍ୟନ୍ତ ନିଜର ସାମ୍ରାଜ୍ୟ ବିସ୍ତାର କରିଥିଲେ । ବହୁ ରାଜାଙ୍କୁ ପରାସ୍ତ କରି ସେମାନଙ୍କର କିରିଟୀ, ମୁକୁଟ, ସିଂହାସନ ଏବଂ ସୁନା ୧୬ଟି ହାତୀ ପିଠିରେ ବୋଝେଇ ଆଣିଥିଲେ । ସେହି ସୁନାକୁ ନିଜ କାର୍ଯ୍ୟରେ ନଲଗାଇ ମହାପ୍ରଭୁଙ୍କ କାର୍ଯ୍ୟରେ ଲଗାଇଥିଲେ। ସେହି ସୁନାରେ ପ୍ରଭୁଙ୍କର ସୁନା ଅଳଙ୍କାର ତିଆରି ହୋଇଛି'', ଏକ ସାକ୍ଷାତକାରରେ ଓଡ଼ିଶାଲାଇଭ୍‌କୁ କହିଥିଲେ ପ୍ରଫେସର ରଜତ କୁମାର କର।

କିମ୍ବଦନ୍ତୀରେ ଅଛି ଯେ, ରଥ ଉପରେ ଏହି ବେଶର ନାମ ତଡ଼ଉ ବେଶ। କପିଳେନ୍ଦ୍ର ଦେବଙ୍କ ସେବକ ତଡ଼ଉ ବିନତି କରିଥିଲେ ଯେ ରତ୍ନବେଦୀରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରିପାରୁ ନାହାନ୍ତି, ତେଣୁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ କରାଯାଉ। ଯାହାଫଳରେ ସବୁବର୍ଗର ଭକ୍ତମାନେ ମହାପ୍ରଭୁଙ୍କର ଏହି ଅପୂର୍ବ ବେଶକୁ ଦର୍ଶନ କରିପାରିବେ। ସେବେଠୁ କପିଳେନ୍ଦ୍ର ଦେବ ରଥ ଉପରେ ସୁନାବେଶର ଆରମ୍ଭ କରିଥିଲେ। ବହୁ ରାଜାଙ୍କୁ ପରାସ୍ତ କରି ସେମାନଙ୍କର କିରିଟୀ, ମୁକୁଟ, ସିଂହାସନ ଏବଂ ସୁନା ଆଣି ମହାପ୍ରଭୁଙ୍କ କାର୍ଯ୍ୟରେ ଲଗାଇଥିଲେ।

''ମହାପ୍ରଭୁ ନିରାକାର, ନିରଞ୍ଜନ, ପରବ୍ରହ୍ମ। ତାଙ୍କୁ କେହି ଛୁଇଁପାରିବେନି। ମହାପ୍ରଭୁଙ୍କର ପାଦ ନାହିଁ, ଆଙ୍ଗୁଳି ନାହିଁ। ସେଥିପାଇଁ ତାଙ୍କ ପାଇଁ ସୁନାର ହାତ ଲାଗିଲା, ତାଙ୍କର ପୟର ଲାଗିଲା। ସୁଭଦ୍ରାଙ୍କର କାନ ନାହିଁ, ସେଥିପାଇଁ ସୁନାର କାନ ଲାଗିଲା, କାନରେ କୁଣ୍ଡଳ ଲାଗିଲା''।

ପୃଥିବୀରେ ମହାପ୍ରଭୁଙ୍କ ବେଶ ଭଳି ବେଶ କେଉଁଠି ନାହିଁ। ଏତେ ବଡ଼ ବଡ଼ ଅଳଙ୍କାର ମହାପ୍ରଭୁଙ୍କ ଛଡ଼ା ଆଉ କେହି ପିନ୍ଧି ପାରିବେ ନାହିଁ।

ଶିଳାଲେଖରେ ଉଲ୍ଲେଖ

ଶିଳାଲେଖରେ ଉଲ୍ଲେଖ ରହିଛି ରାଜା ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରଦେବତାରୂପେ ଘୋଷଣା କରିଥିଲେ । ରାଜା ମହାରାଜାମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ । କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣାକରି ରାଜଭିଷେକ ମଧ୍ୟ କରିଥିଲେ । କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ କରାଇଥିଲେ । ଅନ୍ୟ କେତେ ଗବେଷକଙ୍କ ମତରେ ରଥଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ । ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ । ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ବହୁବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହେଇଥିଲା । ଏବେ ଏଥିରେ କିଛି ପରିବର୍ତ୍ତନ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।

ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।

ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+