ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମଙ୍ଗଳ ଆଳତୀ କଲେ ଅମିତ ଶାହ

Rath Yatra 2024: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ସାରା ବିଶ୍ୱରେ ଉତ୍ସାହର ମାହୋଲ । ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରଘୁବର ଦାସ ମଧ୍ୟ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

Rath Yatra 2024

ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି । ସେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି । ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରିରହିଛନ୍ତି । ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।


ଆଜି ସକାଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ତାଙ୍କ ପତ୍ନୀ ସୋନଲ ଶାହାଙ୍କ ସହ ଜଗନ୍ନାଥ ମନ୍ଦିରରେ ପହଞ୍ଚି ମଙ୍ଗଳା ଆଳତୀରେ ଯୋଗ ଦେଇଥିଲେ। ଆଜି ପ୍ରଭୁ ଜଗନ୍ନାଥଙ୍କ 147 ତମ ରଥ ଯାତ୍ରା ଅବସରରେ ଅହମ୍ମଦାବାଦରେ କଡା ସୁରକ୍ଷା ମଧ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି । ରଥ ଯାତ୍ରା ପାଇଁ 15,000 ରୁ ଅଧିକ ପୋଲିସ ମୁତୟନ କରାଯାଇଛି। ସିସିଟିଭି ଏବଂ ଡ୍ରୋନ୍ ମାଧ୍ୟମରେ ପ୍ରତ୍ୟେକ କୋଣ ଅନୁକୋଣରେ ନଜର ରଖାଯାଇଛି । ଆଳତୀରେ ଯୋଗ ଦେବା ପୂର୍ବରୁ ଅମିତ ଶାହ ସୋସିଆଲ ମିଡିଆରେ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+