ପବିତ୍ର ଶ୍ରୀପଞ୍ଚମୀରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ

ପବିତ୍ର ଶ୍ରୀପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି । ମହାପ୍ରଭୁଙ୍କ ରଥଯାତ୍ରା ନିମନ୍ତେ ରଥ କାଠ ଅନୁକୂଳ ହୋଇଛି । ବିଶ୍ବ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ ।

ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ଆସିଥିବା କାଠ ରଥ ଖଳାରେ ଆଜି ଅନୁକୁଳ ହୋଇଛି । ଏଥିଲାଗି ଗତକାଲି ରଥଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଥିଲା ।

Rath yatra 2024

ଆଜି ସଂଧ୍ୟା ବେଳେ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିଛନ୍ତି । ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ ।

ପରମ୍ପରା ମୁତାବକ ରାଜପୁରୋହିତ, ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ତିନିଖଣ୍ଡ ୧୨ଫୁଟିଆ ଧଉରା କାଠ ଉପରେ ପଞ୍ଚାମୃତ ସିଞ୍ଚନ କରି ଦିପ ଧୂପ ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+